ଆସନ୍ତା ୧୯ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି • ଶ୍ରୀମଦ୍ ଭକ୍ତିସିଦ୍ଧାନ୍ତ ସରସ୍ଵତୀ ଗୋସ୍ଵାମୀ ପ୍ରଭୁପାଦଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହରେ ଅଂଶଗ୍ରହଣ କରିବେ

0
819

ଭୁବନେଶ୍ୱର,୧୭/୦୨/୨୦୨୨: ରାଷ୍ଟ୍ରପତି ଶ୍ରୀ ରାମନାଥ କୋବିନ୍ଦ ଶ୍ରୀକ୍ଷେତ୍ର ପୁରୀସ୍ଥିତ ଗୌଡ଼ୀୟ ମିଶନର ପ୍ରତିଷ୍ଠାତା ଶ୍ରୀମଦ୍ ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ ପ୍ରଭୁପାଦଙ୍କ ୧୫୦ତମ ଜନ୍ମବାର୍ଷିକୀ ସମାରୋହରେ ଅଂଶଗ୍ରହଣ କରିବା ଲାଗି ଦୁଇ ଦିନିଆ ପୁରୀ ଗସ୍ତରେ ଆସୁଛନ୍ତି । ରାଷ୍ଟ୍ରପତି ଆସନ୍ତା ୧୯ ତାରିଖ ଅପରାହ୍ନରେ ପୁରୀରେ ପହଞ୍ଚିବେ । ୨୦ ତାରିଖ ପୂର୍ବାହ୍ନରେ ରାଷ୍ଟ୍ରପତି ପୁରୀସ୍ଥିତ ଶ୍ରୀ ଚୈତନ୍ୟ ଗୌଡ଼ୀୟ ମଠ ପରିଦର୍ଶନ କରିବେ । ଏହା ପରେ ଶରଧା ବାଲି ପଡ଼ିଆ ଠାରେ ଭକ୍ତି ସିଦ୍ଧାନ୍ତ ଗୋସ୍ଵାମୀଙ୍କର ଜନ୍ମବାର୍ଷିକୀ ସମାରୋହରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିବେ । ରାଷ୍ଟ୍ରପତିଙ୍କ ଉପସ୍ଥିତିରେ ଏହି ସମାରୋହରେ ରାଜ୍ୟପାଳ ସ୍ମରଣିକା ଉନ୍ମୋଚନ କରିବେ ଏଥ୍‌ସହିତ ଶ୍ରୀଲ ପ୍ରଭୁପାଦଙ୍କର ଏକ ଆତ୍ମଜୀବନୀକୁ ରାଜ୍ୟପାଳ ଉନ୍ମୋଚନ କରିବା ସହିତ ଏହାର ପ୍ରଥମ କପି ରାଷ୍ଟ୍ରପତିଙ୍କୁ ହସ୍ତାନ୍ତର କରିବେ । ଏହି ଦୁଇଦିନିଆ ଗସ୍ତ ଅବସରରେ ରାଷ୍ଟ୍ରପତି ୧୯ ତାରିଖ ଅପରାହ୍ନରେ ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।

LEAVE A REPLY

Please enter your comment!
Please enter your name here