ଛତ୍ରପୁର, ଗଞ୍ଜାମ, ରମ୍ଭା ବିଜ୍ଞାପିତ ଅଂଚଳ ପରିଷଦର ସ୍ବାୟତ୍ତ ଶାସନ ଦିବସ ପାଳନ

0
292

ଛତ୍ରପୁର,୩୧/୮/୧୯; ଆଜି ସ୍ବାୟତ୍ତ ଶାସନ ଦିବସ ଅବସରରେ ଗଞ୍ଜାମ ଜିଲ୍ଲା ର ବିଭିନ୍ନ ସ୍ଥାନ ରେ ମହାସମାରୋହରେ ପାଳନ କରାଯାଇଛି।ରମ୍ଭା ବିଜ୍ଞାପିତ ଅଞ୍ଚଳ ପରିଷଦର ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟ ଅତିଥି ମାନ୍ୟବର ସାଂସଦ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ସାହୁ ଓ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସୁବାସ ଚନ୍ଦ୍ର ବେହେର ରମ୍ଭା ଏନ୍ଏସି ର ସାମୁହିକ ବିକାଶର ବିସ୍ତୁତ ବିବରଣୀ ପ୍ରଦାନ କରିଥିଲେ। ସେପରି ଛତ୍ରପୁର ଠାରେ,ଛତ୍ରପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସ୍ୱାୟତ୍ତ ଶାସନ ଦିବସ ଅବସରରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସୁବାସ ଚନ୍ଦ୍ର ବେହେର ପ୍ରଦ୍ୱୀପ ପ୍ରଜ୍ୱଳନ କରି ଶୁଭାରମ୍ଭ କରିଛନ୍ତି l ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟ ଅଥିତି ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ସୁବାସ ଚନ୍ଦ୍ର ବେହେରା ଗଞ୍ଜାମ ଏନ୍ଏସି ର ସାମୁହିକ ବିକାଶ ରୁପରେଖ ଉପରେ ବିସ୍ତୃତ ବିବରଣୀ ପ୍ରଦାନ କରିଛନ୍ତି l

LEAVE A REPLY

Please enter your comment!
Please enter your name here