ସରସ୍ବତୀ ଶିଶୁବିଦ୍ୟା ମନ୍ଦିରରେ ଗୁରୁ ଦିବସ ପାଳିତ

0
388

ହିଞିଳିକାଟୁ :୫/୯ (ନିପ୍ର) ହିଞିଳିକାଟୁ ବ୍ଳକ ଅଧିନସ୍ଥ ଆଙ୍କୋରଡ଼ା ସ୍ଥିତ ସରସ୍ବତୀ ଶିଶୁବିଦ୍ୟା ମନ୍ଦିର ପରିସରରେ ଗୁରୁବାର ଗୁରୁ ଦିବସ ଉତ୍ସବ ପାଳନ କରାଯାଇଛି।ଏହି ଅବସରରେ ଏକ ସାଧାରଣ ସଭା ଆୟୋଜିତ ହୋଇଥିଲା । ପ୍ରଧାନ ଆଚାର୍ଯ୍ୟ ରାଜେନ୍ଦ୍ର କୁମାର ପାଢୀଙ୍କ ଅଧକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଅନନ୍ତ ରାମ ପାତ୍ର ଯୋଗ ଦେଇଥିଲେ । ମୁଖ୍ୟ ଅତିଥି ଶ୍ରୀ ପାତ୍ରଙ୍କୁ , ସମସ୍ତ ଆଚାର୍ଯ୍ୟ/ଆଚାର୍ଯ୍ୟାଙ୍କୁ ବିଦ୍ୟାଳୟର ୧୦ମ ଶ୍ରେଣୀର ଛାତ୍ରଛାତ୍ରୀ ମାନେ ଗୁରୁଙ୍କୁ ପୂଜନ କରିଥିଲେ ।ପରେ ଶ୍ରୀ ପାତ୍ର ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀଙ୍କୁ ପ୍ରାଚୀନ ଓ ପରମ୍ପରା ଗତ ଗୁରୁ ଦିବସର ମହତ୍ଵ ଉପରେ ଆଲୋକପାତ କରିଥିଲେ।ସହ ପ୍ରଧାନ ଆଚାର୍ଯ୍ୟ ସୁଶାନ୍ତ କୁମାର ବିଷୋୟୀ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଅଜିତ କୁମାର ନାୟକ ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ରୀତାଞ୍ଜଳି ମିଶ୍ର, ପ୍ରମୋଦ ପାଠୀ,ଗଣପତି ସ୍ୱାଇଁ, ସୁଧାଂଶୁ ଶେଖର ମିଶ୍ର ଉଷରାଣୀ ପାଠୀ,ଅରୁଣ କୁମାର ସାମନ୍ତରା ପ୍ରମୁଖଙ୍କ ସମେତ ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ ।

ରିପୋର୍ଟ: ପ୍ରିୟ ବ୍ରତ ପଣ୍ଡା

LEAVE A REPLY

Please enter your comment!
Please enter your name here