ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ପତାଣ୍ଡ ସରକାରୀ ଉନ୍ନିତ ଉଚ୍ଚବିଦ୍ୟାଳୟ ପରିସରରେ ପୋଷାକ ବିତରଣ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ

0
195

ଦିଗପହଣ୍ଡି (ଆପ୍ର) ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ପତାଣ୍ଡ ସରକାରୀ ଉନ୍ନିତ ଉଚ୍ଚବିଦ୍ୟାଳୟ ପରିସରରେ ପୋଷାକ ବିତରଣ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପ୍ରଧାନଶିକ୍ଷୟତ୍ରୀ ମଞ୍ଜୁଶ୍ରୀ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଦିଗପହଣ୍ଡି ଗୋଷ୍ଠୀ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ । ସେହିପରି ବିଆରସିସି ବାଳା ମାଝୀ , ଏବିଇଓ ରସାନନ୍ଦ ଘଡେ଼ଇ , ବିଶ୍ରବା ପାଇକ , କୁଶପଡା ସରପଞ୍ଚ ଏସ୍. ରୀନା ଦୋରା , କୁଶପଡା ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ଟିଟୁ ସେଠୀ , ସିଆରସିସି ସ୍ବୟମପ୍ରଭା ପଟ୍ଟନାୟକ ପ୍ରମୁଖ ସମ୍ମାନୀୟ ଅତିଥି ଭାବେ ମଞ୍ଚାସୀନ ଥିଲେ । ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଏ . ଘନଶ୍ୟାମ ଦୋରାଙ୍କ ସଭାପତିତ୍ବ କରିଥିବାବେଳେ ବିଦ୍ୟାଳୟର ପ୍ରଥମ ଶ୍ରେଣୀ ଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରାୟ ୧୨୦ ଜଣ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବିତରଣ କରାଯାଇଛି । ଏଥିସହ ଗାନ୍ଧୀଜୀଙ୍କ ୧୫୦ ତମ ଜୟନ୍ତୀ ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ବିଭିନ୍ନ ପ୍ରକାରର ପ୍ରତିଯୋଗିତା କରାଯାଇଥିଲା । ଏଥିରେ କୃତିତ୍ବ ଲାଭ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥିମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । କାର୍ଯ୍ୟକ୍ରମ ଶେଷରେ ବରିଷ୍ଠ ଶିକ୍ଷକ ସନାତନ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷକ ଜନକ କୁମାର ଜେନା , ବିରୂପାକ୍ଷ ପରିଡ଼ା , ସୁକାନ୍ତ କୁମାର ସାହୁ , କାହ୍ନୁଚରଣ ପ୍ରଧାନ , ଶଙ୍କର ପ୍ରସାଦ ବେହେରା , ପି.କୁନା ଦୋରା , ଶିକ୍ଷୟିତ୍ରୀ ସାବନା ଦାସ , ପୁଷ୍ପାଞ୍ଜଳି ମହାପାତ୍ର , ପଦ୍ମାରାଣୀ ପ୍ରଧାନ ପ୍ରମୁଖ ସହଯୋଗ ପ୍ରଦାନ କରିଥିଲେ ।

ରିପୋର୍ଟ ରବିକୁମାରଶର୍ମା

LEAVE A REPLY

Please enter your comment!
Please enter your name here