ଭୁବନେଶ୍ୱର ରେଳ ଷ୍ଟେସନ ପୁନଃ ବିକାଶ ପାଇଁ ରେଳବାଇ ଓ ଓଡିଶା ସରକାରଙ୍କ ମଧ୍ୟରେ ବୁଝାମଣା

0
270

 

ଭୂବନେଶ୍ୱର,୧୯/୯ – ଭୁବନେଶ୍ୱର ରେଳଷ୍ଟେସନ ର ପୁନଃ ବିକାଶ ପାଇଁ ଆଜି ନୂଆଦିଲ୍ଲୀ ସ୍ଥିତ ଉଦ୍ୟୋଗ ଭବନଠାରେ ଉଭୟ ରେଳବାଇ ଓ ରାଜ୍ୟ ସରକାର ଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଅଛି I

ରେଳବାଇ ପକ୍ଷରୁ ଖୋର୍ଦ୍ଧା ରୋଡ଼ ରେଳମଣ୍ଡଳ ର ମଣ୍ଡଳ ରେଳବାଇ ପ୍ରବନ୍ଧକ ଶ୍ରୀ ଶଶୀକାନ୍ତ ସିଂହ ଓ ଓଡିଶା ସରକାର ଙ୍କ ପକ୍ଷରୁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଉପାଧ୍ୟକ୍ଷ ଏହି ବୁଝାମଣା ପତ୍ରରେ ସ୍ଵାକ୍ଷର କରିଛନ୍ତି I ନୂଆଦିଲ୍ଲୀ ଉଦ୍ୟୋଗ ଭବନ ଠାରେ କେନ୍ଦ୍ର ରେଳ, ଶିଳ୍ପ ଓ ବାଣିଜ୍ୟ ମନ୍ତ୍ରୀ ଶ୍ରୀ ପିୟୁଷ ଗୋୟଲ; କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ ତଥା ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ରେଳବାଇ ବୋର୍ଡ ଇଂଜିନିୟରିଂ ସଦସ୍ୟ ଶ୍ରୀ ବିଶ୍ୱେଷ ଚୌବେ ଓ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ଶ୍ରୀ ବିଦ୍ୟା ଭୂଷଣଙ୍କ ସହିତ ଉଚ୍ଚ ଅଧିକାରୀ ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଉପସ୍ଥିତ ଥିବାବେଳେ ଭିଡ଼ିଓ କନଫରେନସିଙ୍ଗ ମାଧ୍ୟମରେ ଓଡିଶା ର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ସ୍ଥିତ ଲୋକସେବା ଭବନ ଠାରେ ଉପସ୍ଥିତ ଥିଲେ I

କେନ୍ଦ୍ର ସରକାରଙ୍କ ସ୍ମାର୍ଟ ସିଟି ମିଶନ ଅନ୍ତର୍ଭୁକ୍ତ ରେଳଷ୍ଟେସନ ମଲ୍ଟିମୋଡ଼ାଲ ହବ ନିର୍ମାଣ ଭାବରେ ଭୁବନେଶ୍ୱର ରେଳଷ୍ଟେସନ ସଂଲଗ୍ନ ଅଞ୍ଚଳକୁ ବିକଶିତ କରାଯିବ I ଏହି ପ୍ରକଳ୍ପକୁ ଓଡିଶା ସରକାରଙ୍କ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ ଦ୍ୱାରା ନିର୍ମାଣ କରାଯିବ I ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ଓ ଭୁବନେଶ୍ୱର ଉନ୍ନୟନ କର୍ତୃପକ୍ଷଙ୍କ ମିଳିତ ଜମିରେ ଏହି ମଲ୍ଟିମୋଡ଼ାଲ ହବର ଭୁବନେଶ୍ୱର ରେଳ ଷ୍ଟେସନ ର ନୂତନ ଟର୍ମିନାଲ ବିଲଡିଙ୍ଗ, ସିଟି ବସ ଟର୍ମିନାଲ, ପବ୍ଲିକ କାର ପାର୍କିଙ୍ଗ ଏବଂ ଅନ୍ୟାନ ସାଧାରଣ ଲୋକଙ୍କ ଉପଯୋଗୀ ମିଶ୍ରିତ ସଂସ୍ଥା ସହିତ ସବୁ ପ୍ଳାଟଫର୍ମ ଉପର ଦେଇ ଭୁବନେଶ୍ୱର ଷ୍ଟେସନ ର ଉଭୟ ପାର୍ଶ୍ୱକୁ ସଂଲଗ୍ନ କରୁଥିବା ଏକ କନକୋର୍ସ ନିର୍ମାଣ କରାଯିବ I

ଉଭୟ ରେଳବାଇ ଓ ରାଜ୍ୟସରକାରଙ୍କ ଜମିରେ ନୂତନ ଷ୍ଟେସନ ବିଲଡିଙ୍ଗ ଏବଂ ଦୁଇଟି ଲାଇନ ସହିତ ପ୍ଳାଟଫର୍ମ ନିର୍ମାଣ ଯୌଥ ଭାବେ କରାଯିବ I ପ୍ରସ୍ତାବିତ ବିଲଡିଙ୍ଗ ରେ ତଳ ମହଲା ସହିତ ୫ ମହଲା ନିର୍ମାଣ କରାଯିବ ଯାହାକି ରେଳବାଇ ଦ୍ୱାରା ତଳ ମହଲା ସହିତ ୨ଟି ମହଲା ବ୍ୟବହାର କରାଯିବ I ରେଳବାଇ ପାଇଁ ୧.୭୪ ଲକ୍ଷ ବର୍ଗ ଫୁଟ ବ୍ୟବହାର କରାଯିବ I

ଏହି ପ୍ରକଳ୍ପ ପାଇଁ ରେଳବାଇ ପ୍ରାୟ ୭୦କୋଟି ଟଙ୍କା ବ୍ୟୟ ବରାଦ କରିଛି ଯେଉଁଥିରେ ଦୁଇଟି ଅତିରିକ୍ତ ରେଳ ଲାଇନ ଓ ପୂର୍ଣ୍ଣ କଭରସେଡ ଥାଇ ଗୋଟିଏ ପ୍ଳାଟଫର୍ମ, ଫୁଟ ଓଭର ବ୍ରିଜ ର ସମ୍ପ୍ରସାରଣ ଏବଂ ସମସ୍ତ ଯାତ୍ରୀ ସୁବିଧା ଉପଲବ୍ଧ କରାଯିବ I ସେହିଭଳି, ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରାୟ ୬୦ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଅଛି ଯେଉଁଥିରେ ତଳ ମହଲା ସହିତ ଦୁଇ ମହଲା ନୂତନ ଷ୍ଟେସନ ବିଲଡିଙ୍ଗ ନିର୍ମାଣ କରାଯିବ IT

LEAVE A REPLY

Please enter your comment!
Please enter your name here