ଗାନ୍ଧୀ ଜୟନ୍ତୀ ଅବସରରେ ଦିଗପହଣ୍ଡି ବିଜୁପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ଚିତ୍ରାଙ୍କନ ପ୍ରବନ୍ଧ ଏବଂ ବକୃତା ପ୍ରତିଯୋଗୀତା ଅନୁଷ୍ଠିତ

0
164

Lଦିଗପହଣ୍ଡି -:୩୦/୯ (ନିପ୍ର) ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ସୋମବାର ଦିନ ପବିତ୍ର ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ଦିଗପହଣ୍ଡି ବିଜୁପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ବର୍ଜ୍ୟବସ୍ତୁ ପରିଚାଳନା ଏବଂ ସମ୍ପର୍କରେ ଏକ ଚିତ୍ରାଙ୍କନ , ପ୍ରବନ୍ଧ ଓ ବକୃତା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରତିଯୋଗିତାରେ ଦିଗପହଣ୍ଡି ଅଞ୍ଚଳରେ ଥିବା ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟରୁ ପ୍ରଥମ ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରାୟ ୭୦ ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ । ପ୍ରତିଯୋଗିତାରେ ଅବସରପ୍ରାପ୍ତ ଶିକ୍ଷକ ନରସିଂହ ପଣ୍ଡା , ଯୁଧିଷ୍ଠିର ସ୍ବାଇଁ , ଜଗବନ୍ଧୁ ମିଶ୍ର ପ୍ରମୁଖ ବିଚାରକ ମଣ୍ଡଳୀଭାବେ ନିୟୋଜିତ ହୋଇ ମୂଲ୍ୟାୟନ କରିଥିଲେ । ଏଥିରେ ପ୍ରତ୍ୟେକ ବିଭାଗରୁ କୃତିତ୍ବ ଲାଭ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅକ୍ଟୋବର ୨ ତାରିଖରେ ହେବାକୁ ଥିବା ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ପୁରସ୍କାର ପ୍ରଦାନ କରାଯିବ ବୋଲି ନିର୍ବାହୀ ଯନ୍ତ୍ରୀ ଡାକୁଆ କହିଛନ୍ତି । ଏହି କାର୍ଯ୍ୟକ୍ରମରେ ସମସ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ ସିଆରସିସିମାନେ ଯୋଗ ଦେଇଥିଲେ ।

ରିପୋର୍ଟ ରବିକୁମାରଶର୍ମା

LEAVE A REPLY

Please enter your comment!
Please enter your name here