ପୁଡାମାରୀ ବିଜ୍ଞାନ ମହାବିଦ୍ୟାଳୟରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତାରେ ଗାନ୍ଧୀବାଦର ଆବଶ୍ୟକତା ପାଠଚକ୍ର ଆଲୋଚନା

0
511

ଦିଗପହଣ୍ଡି,୨/୧୦
ଦିଗପହଣ୍ଡି ନିକଟ ପୁଡାମାରୀ ବିଜ୍ଞାନ ମହାବିଦ୍ୟାଳୟରେ ବୁଧବାର ପୂର୍ବାହ୍ନରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ନିରାଡମ୍ବର ସହକାରେ ପାଳିତ ହୋଇଯାଇଛି । ଏହି ଅବସରରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତାରେ ଗାନ୍ଧୀ ବାଦର ଆବଶ୍ୟକତା ବିଷୟ ବସ୍ତୁ ଉପରେ ଏକ ପାଠ ଚକ୍ର ଆଲୋଚନା ହୋଇଯାଇଛି । କଲେଜ ପରିସରରେ ରହିଥିବା ସମ୍ମିଳନୀ କକ୍ଷରେ ଅଧକ୍ଷ ଇ.ପ୍ରଦୀପ ପତ୍ର ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ପାଠଚକ୍ର କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ ।ଇଂରାଜୀ ଅଧ୍ୟାପକ ଦୂର୍ଯୋଧନ ଜେନା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଅନ୍ୟ ଅଧ୍ୟାପକ ଅଧ୍ୟାପିକା ମାନେ ମଞ୍ଚାସୀନ ରହିଥିଲେ । ସଭା ଆରମ୍ଭରୁ ସମସ୍ତେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ ପ୍ରଦାନ କରିବା ସଙ୍ଗେ ସଙ୍ଗେ ମହାତ୍ମା ଗାନ୍ଧୀଙ୍କ ସ୍ମୃତିଚାରଣ କରିଥିଲେ । ଗାନ୍ଧୀ ଜୟନ୍ତୀ ଅବସରରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରଷ୍କୃତ କରାଯାଇଥିଲା । ଗତ ତିନି ଦିନ ଧରି କଲେଜରେ ଗାନ୍ଧୀ ଜୟନ୍ତୀ ପାଳନ ଅବସରରେ ବିଭିନ୍ନ ପ୍ରତିଯୋଗିତା ମାନ ଅନୁଷ୍ଠିତ ହୋଇଥିଲା । ସମସ୍ତ କାର୍ଯ୍ୟକ୍ରମକୁ କଲେଜ କର୍ତ୍ତୃପକ୍ଷ ଏବଂ ଛାତ୍ରଛାତ୍ରୀ ପରିଚାଳନାରେ ସହଯୋଗ କରିଥିଲେ ।

ରିପୋର୍ଟ ରବିକୁମାରଶର୍ମା

LEAVE A REPLY

Please enter your comment!
Please enter your name here