ସିବିଏସଇ ଦ୍ୱାରା ଆୟୋଜିତ ସ୍କେଟିଂ ପ୍ରତିଯୋଗୀତାରେ ବ୍ରହ୍ମପୁର ସ୍କେଟରଙ୍କ ସ୍ୱର୍ଣ୍ଣ ପଦକ ହାସଲ ।

0
190


ବ୍ରହ୍ମପୁର,୧୨/୧୦ –ଚଳିତ ମାସ ୧୨ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଛତିଶଗଡ଼ ରାୟପୁର ଠାରେ ଅନୁଷ୍ଠିତ ହେଉଥିବା ରୋଲର ସ୍କେଟିଂ ପ୍ରତିଯୋଗୀତାରେ ପ୍ରଥମ ଦିନରେ ବ୍ରହ୍ମପୁର ସ୍କେଟର ସଫଳତା ହାସଲ କରିଛନ୍ତି । ୩୦୦ ମିଟର ଟାଇମ ଟ୍ରାଏଲରେ ବାଳିକା ବିଭାଗର 8 ବର୍ଷ ବର୍ଗରେ ବ୍ରହ୍ମପୁର ଡିଏଭି ପବ୍ଲିକ ସ୍କୁଲର ଦ୍ୱିତୀୟ ଶ୍ରେଣୀର ଛାତ୍ରୀ ଅନ୍ୱେଷା ବିଷୋୟୀ ମାତ୍ର ୪୬ ସେକେଣ୍ଡରେ ଅତିକ୍ରମ କରି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ସେହିଭଳି ୩୦୦ମିଟର ରେସରେ ଡିଏଭି ପବ୍ଲିକ୍ ସ୍କୁଲ୍ ର ଛାତ୍ର ୧୦ ବର୍ଷ ବର୍ଗ ୪୧ ସେକେଣ୍ଡ ରେ କଭର କରି ଆଶୁତୋଷ ପାଢୀ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି । ଏହି ପ୍ରତିଯୋଗୀତାରେ ସିବିଏସଇର ଫାର ଇଷ୍ଟ ଜୋନର ଓଡ଼ିଶା ରାଜ୍ୟ ସମେତ ଆସାମ, ଅରୁଣାଞ୍ଚଳ ପ୍ରଦେଶ, ମିଜୋରାମ, ସିକ୍କିମ ଓ ପଶ୍ଚିମବଙ୍ଗ ଭଳି ୧୧ଟି ରାଜ୍ୟର ବିଭିନ୍ନ ବିଦ୍ୟାଳୟର ସ୍କେଟର ମାନେ ଅଂଶ ଗ୍ରହଣ କରିଥିବା ବେଳେ ସମସ୍ତଙ୍କୁ ପଛରେ ପକାଇ ଗୋଟିଏ ସ୍ୱର୍ଣ୍ଣ ଓ ଗୋଟିଏ ବ୍ରୋଞ୍ଜ ପଦକ ହାସଲ କରିବାରେ ସଫଳ ହୋଇଛନ୍ତି । ଏହି ସଫଳତା ପାଇଁ ନିଜ ବିଦ୍ୟାଳୟ , ଅଭିଭାବକ ଓ ସ୍କେଟିଂ ଅଭ୍ୟାସ କରୁଥିବା ବ୍ରହ୍ମପୁର କମାପଲ୍ଲୀସ୍ଥିତ ସିଲକି ରୋଲର ସ୍କେଟିଂ ଏକାଡେମୀର କୋଚ୍ ଓ ପରିଚାଳନା କର୍ତ୍ତୃପକ୍ଷଙ୍କୁ ଧନ୍ୟବାଦ ଦେବା ସହ ନିଜର କଠିନ ପରିଶ୍ରମ ଓ ଯୋରଦାର ଅଭ୍ୟାସ ଯୋଗୁଁ ଏହି ସଫଳତା ପାଇପାରିଥିବା ସେ ପ୍ରତିକ୍ରିୟା ଦେଇଛନ୍ତି । ଏହା ସହ ଏହି ପ୍ରତିଯୋଗୀତାରେ ଅଂଶ ଗ୍ରହଣ କରି ସଫଳତା ପାଇବା ପରେ ଆଗାମୀ ନଭେମ୍ୱର ମାସରେ କର୍ଣ୍ଣାଟକର ବେଲଗାଁରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ସ୍ତରୀୟ ପ୍ରତିଯୋଗୀତା ପାଇଁ କୁନି ସ୍କେଟର ଅନ୍ୱେଷା ମନୋନୀତ ହୋଇଛନ୍ତି । ପ୍ରତିଯୋଗୀତାର ସଫଳତା ହାସଲ କରି ପଦକ ପାଇବା ପରେ ବିଭିନ୍ନ ମହଲରୁ ତାଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି ।

LEAVE A REPLY

Please enter your comment!
Please enter your name here