ଆସନ୍ତା ୧୫ ରୁ ଭୂବନେଶ୍ୱର ଓ ନୟାଗଡ଼ ମଧ୍ଯ ରେ ଚାଳିବ ସେବା ଏକ୍ସପ୍ରେସ

0
276

ଭୂବନେଶ୍ୱର,୧୪/୧୦ -ଆସନ୍ତା ୧୫ ତାରିଖରୁ ଭୁବନେଶ୍ୱର ଓ ନୟାଗଡ଼ ଟାଉନ ମଧ୍ୟରେ ଏକ ସେବା ଏକ୍ସପ୍ରେସ୍‌ ଚଳାଚଳ କରିବ। ଏ ନେଇ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିଷ୍ପତ୍ତି ନିଆଯିବା ପରେ ପୂର୍ବରୁ ଚଳାଚଳ କରୁଥିବା ପାସେଞ୍ଜର ଟ୍ରେନ ସମୟ ସାରଣୀରେ ପରିବର୍ତ୍ତନ କରାଯାଇଛି। ଖୋର୍ଦ୍ଧା ରୋଡ଼-ନୟାଗଡ଼ ଟାଉନ ପାସେଞ୍ଜର(୫୮୪୩୧) ଖୋର୍ଦ୍ଧା ରୋଡ଼ଠାରୁ ବର୍ତ୍ତମାନର ଚଳାଚଳ ସମୟ ସକାଳ ୭ଟା ୧୫ ପରିବର୍ତ୍ତେ ସକାଳ ୮ଟା ୨୦ରେ ଛାଡ଼ିବ। ନୟାଗଡ଼ ଟାଉନଠାରେ ସକାଳ ୮ଟା ୫୫ ପରିବର୍ତ୍ତେ ପୂର୍ବାହ୍ନ ୯ଟା ୪୫ରେ ପହଞ୍ଚିବ। ଫେରିବା ବାଟରେ ନୟାଗଡ଼ ଟାଉନ-ଖୋର୍ଦ୍ଧା ରୋଡ଼ ପାସେଞ୍ଜର( ୫୮୪୩୨) ନୟାଗଡ଼ ଟାଉନଠାରୁ ବର୍ତମାନ ସମୟ ପୂର୍ବାହ୍ନ ୯ଟା ୨୦ ପରିବର୍ତ୍ତେ ପୂର୍ବାହ୍ନ ୧୦ଟାରେ ଛାଡ଼ିବ। ଖୋର୍ଦ୍ଧା ରୋଡ଼ଠାରେ ୧୧ଟା ୫ ପରିବର୍ତ୍ତେ ୧୧ଟା ୪୫ରେ ପହଞ୍ଚିବ।

 

ପହଞ୍ଚିବ ।ସେହିପରି ଖୋର୍ଦ୍ଧା ରୋଡ଼-ନୟାଗଡ଼ ଟାଉନ ପାସେଞ୍ଜର(୫୮୪୨୯) ଖୋର୍ଦ୍ଧା ରୋଡ଼ଠାରୁ ବର୍ତ୍ତମାନ ଚଳାଚଳ ସମୟ ସନ୍ଧ୍ୟା ୭ଟା ୩୦ ପରିବର୍ତ୍ତେ ସନ୍ଧ୍ୟା ୮ଟା ୧୫ରେ ଛାଡ଼ିବ। ରାତି ୯ଟା ୧୦ ପରିବ‌ର୍ତ୍ତେ ୯ଟା ୪୦ରେ ନୟାଗଡ଼ ଟାଉନଠାରେ ପହଞ୍ଚିବ। ଫେରିବା ପଥରେ ନୟାଗଡ଼ ଟାଉନ-ଖୋର୍ଦ୍ଧା ରୋଡ଼ ପାସେଞ୍ଜର(୫୮୪୩୨) ସମୟ ସାରଣୀ ଅପରିବର୍ତ୍ତିତ ରହିବ। ନୟାଗଡ଼ ଟାଉନ-ଖୋର୍ଦ୍ଧା ରୋଡ଼ ପାସେଞ୍ଜର ସକାଳ ୫ଟାରେ ନୟାଗଡ଼ ଟାଉନ୍‌ରୁ ଛାଡ଼ି ୬ଟା ୪୫ରେ ଖୋର୍ଦ୍ଧା ରୋଡ଼ଠାରେ ପହଞ୍ଚିବ।

LEAVE A REPLY

Please enter your comment!
Please enter your name here