ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଜନ୍ମ ଦିନ ଅବସରରେ ରକ୍ତ ଦାନ ଶିବିର ଓ ପୂଜାଅର୍ଚ୍ଚନା

0
229

ବ୍ରହ୍ମପୁର,୧୬/୧୦-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୪ ତମ ଜନ୍ମଦିନ ଅବସରରେ ବୁଧବାର ବ୍ରହ୍ମପୁର ବିଜେଡି ପକ୍ଷରୁ ରକ୍ତଦାନ ଶିବିର ଆୟୋଜିତ ହୋଇଛି। ଟାଉନ୍‌ହଲ୍‌ଠାରେ ଅନୁଷ୍ଠିତ ଏହି ଶିବିରରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡା, ଗୋପାଳପୁର ବିଧାୟକ ଡ. ପ୍ରଦୀପ କୁମାର ପାଣିଗ୍ରାହୀ ଏବଂ ପୂର୍ବତନ ବ୍ରହ୍ମପୁର ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ବିଜେଡିର ବହୁ ବରିଷ୍ଠ ନେତା ଏହି ଅବସରରେ ଉପସ୍ଥିତ ଥିଲେ ।
ସେହିଭଳି ଗୋପାଳପୁର ବିଜେଡି ପକ୍ଷରୁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଜନ୍ମଦିନ ପାଳନ କରାଯାଇଛି । ବିଜୁ ପଟ୍ଟନାୟକ ସଂସ୍କୃତି ଭବନଠାରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏଥି ସହ ହିଲ୍‌ପାଟଣା ଗଣେଶ ମନ୍ଦିରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୀର୍ଘ ଏବଂ ନିରାମୟ ଜୀବନ କାମନା କରି ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here