5-T କାର୍ଯ୍ଯକ୍ରମ ପାଇଁ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଶ୍ରେଷ୍ଠ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ମିଳିବ ପୁରସ୍କାର । ଡାକ୍ତରଙ୍କ ପାଇଁ ୧୦ ଲକ୍ଷ ଲେଖାଏଁ ପୁରସ୍କାର ଘୋଷଣା କରାଯାଇଥିବାବେଳେ ଅନ୍ଯ ସ୍ୱାସ୍ଥ୍ଯ କର୍ମଚାରୀଙ୍କ ପାଇଁ ୫ ଲକ୍ଷ ଲେଖାଏଁ ପୁରସ୍କାର ଘୋଷଣା କରାଯାଇଛି । ସ୍ୱାସ୍ଥ୍ୟ ସେବାରେ ଭଲ କାମ କଲେ ଏହି ମିଳିବ ପୁରସ୍କାର ।

0
297

 

ଭୂବନେଶ୍ୱର,୨୮/୧୦-5-T କାର୍ଯ୍ଯକ୍ରମରେ ରାଜ୍ୟ ସରକାର ଜନସାଧାରଣଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ଯ ସେବା ଯୋଗାଇ ଦେବା ଉପରେ ବିଶେଷ ଗୁରୁତ୍ୱ ଆରୋପ କରୁଛନ୍ତି । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଅନେକ ଡାକ୍ତର, ପାରାମେଡିକାଲ ଷ୍ଟାଫ୍ ଓ ଅନ୍ୟ କର୍ମଚାରୀମାନେ ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଆନ୍ତରିକତାର ସହ କାର୍ଯ୍ଯ କରୁଛନ୍ତି । ତେଣୁ ଏହି ନିଷ୍ଠାପର ଡାକ୍ତର ଓ ସ୍ୱାସ୍ଥ୍ୟସେବା କର୍ମଚାରୀମାନଙ୍କୁ ଉତ୍ସାହିତ କରିବା ଏବଂ ସେମାନଙ୍କ କାର୍ଯ୍ଯକୁ ସ୍ୱୀକୃତି ଦେବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କ ପାଇଁ ବିଭିନ୍ନ ପୁରସ୍କାର ଘୋଷଣା କରିଛନ୍ତି । ଏହା ସହିତ ଭଲ କାମ କରୁଥିବା ସରକାରୀ ସ୍ୱାସ୍ଥ୍ୟ ଅନୁଷ୍ଠାନଗୁଡିକୁ ମଧ୍ୟ ପୁରସ୍କୃତ କରାଯିବ ।

ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ଯପାଇଁ ସର୍ବୋଚ୍ଚ ପୁରସ୍କାର ଭାବରେ ମୁଖ୍ୟମନ୍ତ୍ରୀଙ୍କ ପୁରସ୍କାର ପ୍ରଦାନ କରାଯିବ । ଏଥିପାଇଁ ରାଜ୍ୟସ୍ତରୀୟ ଉତ୍ସବରେ ସ୍ୱାସ୍ଥ୍ଯ ସେବା ଯୋଗାଇବାରେ ଶ୍ରେଷ୍ଠ ବିବେଚିତ ୧୦ ଜଣ ଡାକ୍ତର ଓ ଅନ୍ୟ ସ୍ୱାସ୍ଥ୍ଯ କର୍ମଚାରୀଙ୍କୁ ପୁରସ୍କୃତ କରାଯିବା ନେଇ ଘୋଷଣା ହୋଇଛି । ଡାକ୍ତରଙ୍କ କ୍ଷେତ୍ରରେ ପୁରସ୍କାର ରାଶି ୧୦ ଲକ୍ଷ ଟଙ୍କା ରଖାଯାଇଥିବାବେଳେ ଅନ୍ୟ ସ୍ୱାସ୍ଥ୍ଯ ସେବା କର୍ମଚାରୀଙ୍କ କ୍ଷେତ୍ରରେ ୫ ଲକ୍ଷ ଟଙ୍କା ଲେଖାଏ ରଖାଯାଇଛି ।

LEAVE A REPLY

Please enter your comment!
Please enter your name here