ପୁରୀ ସ୍ୱର୍ଗଦ୍ୱାରର ବିକାଶ ପାଇଁ ପ୍ରଥମ ପର୍ଯ୍ୟାୟରେ ୫ କୋଟି ଖର୍ଚ୍ଚ କରାଯିବ

0
465

ଭୁବନେଶ୍ୱର, ୦୧/୧୧- ପୁରୀ ସ୍ୱର୍ଗଦ୍ୱାର ବିକାଶ ପାଇଁ ପ୍ରଥମ ପର୍ଯ୍ୟାୟରେ ୫ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଖର୍ଚ୍ଚ ଭରଣା କରାଯିବ। ଫୋନୀକ୍ସ୍ ଫାଉଣ୍ଡେସନ ସହଯୋଗରେ ଏହି ବିକାଶ କାର୍ଯ୍ୟ କରାଯିବ।ଏହା ସହ ସ୍ୱର୍ଗଦ୍ୱାରରୁ ହଟିବ ବିଜୁଙ୍କ ସମାଧି ।
ସେହି ସ୍ଥାନ ଓଡିଶାବାସୀଙ୍କ ସେବାରେ ଲାଗିବ।
ସ୍ୱର୍ଗଦ୍ୱାର ବିକାଶ ପାଇଁ ଖର୍ଚ୍ଚ ହେବ ୫କୋଟି ଟଙ୍କା
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଭରଣା ହେବ ଅର୍ଥ
ଫୋନେକ୍ସି ଫାଉଣ୍ଡେସନ ସହଯୋଗରେ ହେବ ବିକାଶ କାର୍ଯ୍ୟ। ଛଅ ମାସ ମଧ୍ୟରେ କାର୍ଯ୍ୟ ସାରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ମଧ୍ଯ ଦେଇଛନ୍ତି।
ଆଜି ସଂଧ୍ୟାରେ ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଉପରୋକ୍ତ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଫନି ପରେ ସ୍ୱର୍ଗଦ୍ୱାରର ବହୁତ କ୍ଷତି ହୋଇଥିଲା। ତେଣୁ ଏହାର ସାମଗ୍ରୀକ ବିକାଶ ପାଇଁ ରାଜ୍ୟ ସରକାର କାମ ହାତକୁ ନେଇଛନ୍ତି। ଏଥିରେ ଶବଦାହ ଠାରୁ ଆରମ୍ଭ କରି ଶବ ବାହକ ମାନଙ୍କ ସୁବିଧା ପାଇଁ ଅତ୍ୟାଧୁନିକ ବ୍ୟବସ୍ଥା ରହିବ। ସବୁ ଋତୁରେ ସୁବିଧାରେ ଶବଦାହ ପାଇଁ ଏଠାରେ ବ୍ୟବସ୍ଥା କରାଯିବ। ଶବ ବାହକ ମାନଙ୍କ ସୁବିଧା ପାଇଁ ବିଶ୍ରାମ କକ୍ଷ ଠାରୁ ଆରମ୍ଭ କରି ବ୍ୟାପକ ବୃକ୍ଷରୋପଣ କରାଯିବ। ଅସ୍ଥି ସଂଗ୍ରହ ଏବଂ ଏହାର ସଂରକ୍ଷଣ ପାଇଁ ମଧ୍ୟ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ଏହି କାମ ଆରମ୍ଭର ୬ ମାସ ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁବାବୁ କୋଟି କୋଟି ଓଡ଼ିଆଙ୍କ ହୃଦୟରେ ଅଛନ୍ତି। ସ୍ୱର୍ଗଦ୍ୱାରରେ ବିଜୁବାବୁଙ୍କ ଉଦ୍ଦେଶ୍ୟରେ ଯାହା କିଛି ଥିଲା, ସେ ସବୁ ଏବେ ଓଡିଶାବାସୀଙ୍କ ସେବାରେ ଲାଗିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସ୍ୱର୍ଗଦ୍ୱାରକୁ ବିଶ୍ବାସର ପବିତ୍ର ଭୂମି ଭାବରେ ବର୍ଣ୍ଣନା କରି ଏହାର ବିକାଶରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ।। ଏହି ବୈଠକରେ ପଞ୍ଚାୟତିରାଜ ମନ୍ତ୍ରୀ, କ୍ରୀଡ଼ା ମନ୍ତ୍ରୀ, ଉନ୍ନୟନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ଶାସନ ସଚିବ, ପୁରୀ ଜିଲ୍ଲାପାଳ, ଫୋନିକ୍ସ ଫାଉଣ୍ଡେସନ ର ଅଧ୍ୟକ୍ଷ ପ୍ରମୁଖ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here