ସ୍ମିତାରାଣୀ ମୁତ୍ଯୁର ସି.ବି.ଆଇ ତଦନ୍ତ ଓ ଯାଜପୁର ଏସପି, ମହିଳା କମିଶନ ଅଧକ୍ଷ ଙ୍କ ବହିଷ୍କାର ଦାବୀରେ କଟକ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ବିକ୍ଷୋଭ

0
251

କଟକ,୦୫/୧୧: ସ୍ମିତାରାଣୀ ବିଶ୍ୱାଳଙ୍କ ଘଟଣା ଏବଂ ଯୌନ ଉତ୍ପୀଡନ ଅଭିଯୁକ୍ତ ବିଜେଡି ରାଜ୍ୟ ସଂପାଦକ ତଥା କେନ୍ଦ୍ରାପଡା କ୍ରେଡିଟ କୋଅପରେଟିଭର ସଭାପତି ପ୍ରମୋଦ ସାହୁଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ରାଜ୍ୟସାରା ବିଭିନ୍ନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।ସ୍ମିତାରାଣୀ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରିବାକୁ ବିଜେପି ମହିଳା ମୋର୍ଚ୍ଚା ଦାବି କରିବା ସହ ସ୍ମିତାରାଣୀଙ୍କର ଚରିତ୍ରହନନ କରିଥିବା ଯାଜପୁର ଏସପିଙ୍କୁ ବହିଷ୍କାର କରିବା, ନିଜ କ୍ଷମତାର ଅପବ୍ୟବହାର କରିଥିବା ମହିଳା କମିଶନ ଅଧ୍ୟକ୍ଷାଙ୍କୁ ବହିଷ୍କାର କରିବା ଏବଂ କେନ୍ଦ୍ରାପଡ଼ା କ୍ରେଡିଟ କୋଅପରେଟିଭ ସଭାପତି ପ୍ରମୋଦ ସାହୁ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନେବା ସହ ମହିଳାଙ୍କ ସୁରକ୍ଷା ନେଇ ରାଜ୍ୟ ସରକାର ଜିରୋ ଟଲେରାନ୍ସ ଗ୍ରହଣ କରନ୍ତୁ ବୋଲି ବିଜେପି ମହିଳା ମୋର୍ଚ୍ଚା ଦାବି କରିଛି।କଟକରେ ଆୟୋଜିତ ମହିଳା ମୋର୍ଚ୍ଚାର ଆନ୍ଦୋଳନ ତୀବ୍ର ଥିଲା।ଏହି ବିକ୍ଷୋଭ ସମାବେଶରେ ମହିଳା ମୋର୍ଚ୍ଚା ଜିଲ୍ଲା ସଭାନେତ୍ରୀ ଯଜ୍ଞସିନୀ ଜେନା, ମହିଳା ମୋର୍ଚ୍ଚା ରାଜ୍ୟ ଉପାଧ୍ୟକ୍ଷା ସ୍ମୃତି ପଟ୍ଟନାୟକ, ମହିଳା ମୋର୍ଚ୍ଚା ରାଜ୍ୟ ସମ୍ପାଦିକା ରଶ୍ମିରେଖା ଦାସ ଆଦିଙ୍କ ସମେତ ଅନେକ ବିଜେପି ନେତ୍ରୀ ଏବଂ କାର୍ଯ୍ୟକର୍ତ୍ତା ଅଂଶ ଗ୍ରହଣ କରିଥିଲେ।ରାଜ୍ୟସାରା ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଏହିପରି କାର୍ଯ୍ୟକ୍ରମ ହୋଇଥିବା ବେଳେ ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ପ୍ରଭାତୀ ପରିଡ଼ାଙ୍କ ନେତୃତ୍ୱରେ ମହିଳା ମୋର୍ଚ୍ଚାର ଏକ ଟିମ୍ କେନ୍ଦ୍ରାପଡ଼ା ଯାଇ ବିକ୍ଷୋଭ ସମାବେଶରେ ଯୋଗଦେବା ସହ ପିଡ଼ିତାଙ୍କ ପରିବାର ସହ ଯାଇ ସାକ୍ଷାତ ଆଲୋଚନା କରିଛନ୍ତି।

LEAVE A REPLY

Please enter your comment!
Please enter your name here