ବିଭିନ୍ନ ଶିକ୍ଷାନୁଷ୍ଠାନରେ ଶିଶୁ ଦିବସ ପାଳିତ

0
439

ପାରଳାଖେମୁଣ୍ଡି, ୧୪/୧୧– ପାରଳାଖେମୁଣ୍ଡି ପୈାରାଂଚଳ ସମେତ ବ୍ଲକର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ମହା ଆଡ଼ମ୍ବର ସହକାରେ ଶିଶୁ ଦିବସ ପାଳିତ ହୋଇଯାଇଛି। ଗୁରୁବାର ପବିତ୍ର ଶିଶୁ ଦିବସ ଅବସରରେ ଶିକ୍ଷାଥୀ ମାନେ ପ୍ରାତଃ ରୁ ସ୍ନାନ ସାରି ବିଦ୍ୟାଳୟ ପହଞ୍ଚି ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପରବର୍ତ୍ତୀ ସମୟରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ଶିଶୁ ଦିବସର ମହତ୍ତ୍ଵ ସମ୍ପର୍କରେ ମତବ୍ୟକ୍ତ କରିଥିଲେ। ପାରଳାଖେମୁଣ୍ଡି ପୈାରାଂଚଳ ମହାରାଜାଙ୍କ ବାଳକ ଉଚ୍ଚବିଦ୍ୟାଳୟ, ମହାରାଜାଙ୍କ ବାଳିକା ଉଚ୍ଚ ବିଦ୍ୟାଳୟ, ଗାନ୍ଧୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ, ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ଏସ. ଡି ଜାଭିୟର୍ ଇଂରାଜୀ ବିଦ୍ୟାଳୟ, ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ସମେତ ସ୍ଥାନୀୟ ବ୍ଳକର ବିଭିନ୍ନ ଗ୍ରାମରେ ଅବସ୍ଥିତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ମହା ଆଡ଼ମ୍ବର ସହକାରେ ଶିଶୁ ଦିବସ ପାଳିତ ହୋଇଯାଇଛି। କେତେକ ବିଦ୍ୟାଳୟରେ ଶିଶୁ ଦିବସ ଉପଲକ୍ଷେ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବକୃତା, ଚିତ୍ରାଙ୍କନ, ନୃତ୍ୟ ଗୀତ ସମେତ ବିଭିନ୍ନ ପ୍ରତିଯୋଗିତା କରାଯାଇ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ପରିଶେଷରେ ଛାତ୍ରଛାତ୍ରୀ ମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।


ରିପୋର୍ଟ:ପ୍ରଭାତ ପାତ୍ର

LEAVE A REPLY

Please enter your comment!
Please enter your name here