ଜିଲ୍ଲା ସ୍ତରୀୟ ସାଧାରଣ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ

0
263

ପାରଳାଖେମୁଣ୍ଡି , ୧୪/୦୧/୨୦୨୦(ପ୍ରଭାତ ପାତ୍ର)- ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଜିଲ୍ଲା ସ୍ତରୀୟ ସାଧାରଣ ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଆଜି ଆନ୍ଧ୍ର ବ୍ୟାଙ୍କ ଗ୍ରାମୀଣ ଆତ୍ମନିଯୁକ୍ତି ତାଲିମ ପ୍ରତିଷ୍ଠାନ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ବୈଠକରେ ଜିଲ୍ଲାପାଳ ଅନୁପମ ଶାହା ଅଧ୍ୟକ୍ଷତାରେ ସାଧାରଣତନ୍ତ୍ର ଦିବସ ପାଳନର ସମସ୍ତ କାର୍ଯ୍ୟକ୍ରମ ଯେଭଳି ଶାନ୍ତିପୂର୍ଣ୍ଣ ଭାବେ ମହା ସମାରୋହରେ ଅନୁଷ୍ଠିତ ହେବ ସେଥିପାଇଁ ସମସ୍ତେ ଯତ୍ନବାନ ହେବା ସହ ସମସ୍ତଙ୍କ ସହଯୋଗ କାମନା କରିଥିଲେ।
ସାଧାରଣ ଦିବସ ପାଳନ ଅବସରରେ ପୂର୍ବରୁ ଅନୁଷ୍ଠିତ ହେବାକୁ ଥିବା ନିର୍ଧାରିତ ସମୟରେ ବିଭିନ୍ନ ସ୍ତରରେ ପ୍ରତିଯୋଗିତା ସାରିବା ସହ ଅଭ୍ୟାସ ପ୍ୟାରେଡ, ପଡିଆ ସଫା ସୁତାର, ପଡିଆରେ ପାନୀୟଜଳ ଓ ଆଶୁ ଚିକିତ୍ସା ବ୍ୟବସ୍ଥା କରିବା , ପ୍ୟାରେଡ ଅଭିବାଦନ ବେଳେ ପ୍ରଞାପନ ମେଡ ବାହାରିବା , ମୁଖ୍ୟ ଅତିଥିଙ୍କ ଦ୍ଵାରା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ଏବଂ ଜିଲ୍ଲାର କୃତି ଅଜନ କରିଥିବା ବ୍ୟକ୍ତି ବିଶେଷଙ୍କୁ ପୁରଷ୍କାର ବଣ୍ଟନ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମକୁ ନିର୍ଧାରିତ ସମୟରେ ସାରିବା ପ୍ରଭୃତି ଉପରେ ବୈଠକରେ ବିସ୍ତୃତ ଆଲୋଚନା କରିଥିଲେ। ଅନ୍ୟ ମାନଙ୍କୁ ମଧ୍ୟରେ ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ସାରା ଶର୍ମା, ଅତିରିକ୍ତ ଜିଲ୍ଲାପାଳ ଞାନରଞ୍ଜନ ଭଞ୍ଜଦେଓ, ଉପ-ଜିଲ୍ଲାପାଳ ରଜନୀ କାନ୍ତ ସ୍ୱାଇଁ, ଡିଏସପି ପ୍ରକାଶ ଚନ୍ଦ୍ର ଜେନା, ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରବି ଚନ୍ଦ୍ର ନାୟକ ପ୍ରମୁଖ ମଞ୍ଚାସୀନ ଅତିଥି ଭାବେ ଯୋଗଦେଇଥିଲେ।ଏହି ବୈଠକରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଭିନ୍ନ ଶିକ୍ଷାନୁଷ୍ଠାନର ଶିକ୍ଷକ ଶିକ୍ଷୟତ୍ରୀ, ଅଧ୍ୟାପକ, ଅଧ୍ୟାପିକା, ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନ କର୍ମକର୍ତ୍ତା , ସମସ୍ତ ସାମ୍ବାଦିକ ବନ୍ଧୁ ମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

LEAVE A REPLY

Please enter your comment!
Please enter your name here