ରାଜ୍ୟରେ ଆଉ ୪ କରୋନା ପଜିଟିଭ ଚିହ୍ନଟ। ଏମାନେ ସମସ୍ତେ ଯାଜପୁର ଅଞ୍ଚଳର ବୋଲି ସ୍ୱାସ୍ଥ୍ୟ ବିଭାଗ ୱେବସାଇଟ୍‌ରେ ସୂଚନା ଦିଆଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୩ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି।

0
552

 

ଭୂବନେଶ୍ୱର,୨୩/୦୪/୨୦୨୦(ବ୍ୟୁରୋ ରିପୋର୍ଟ)ରାଜ୍ୟରେ ଆଉ ୪ କରୋନା ପଜିଟିଭ ଚିହ୍ନଟ। ଏମାନେ ସମସ୍ତେ ଯାଜପୁର ଅଞ୍ଚଳର ବୋଲି ସ୍ୱାସ୍ଥ୍ୟ ବିଭାଗ ୱେବସାଇଟ୍‌ରେ ସୂଚନା ଦିଆଯାଇଛି। ତେବେ ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଞ୍ଚିଛି। ସ୍ୱାସ୍ଥ୍ୟ ବିଭାଗ ୱେବସାଇଟର ସୂଚନା ଅନୁସାରେ ଯାଜପୁରରେ ଆଉ ୪ ପଜିଟିଭ୍ ଯାଜପୁରର। ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଥିବାରୁ ଜିଲ୍ଲାରେ ଆକ୍ଟିଭ କେଶ୍ ୧୧ ବୋଲି ଜଣାପଡ଼ିଛି। ଏମାନଙ୍କ ମଧ୍ୟରୁ ୩ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି।ଯାଜପୁରର ନୂଆ ୪ ପଜିଟିଭଙ୍କ ପୂରା ତଥ୍ୟ ଦେଲେ ସରକାର । ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ପୁରୁଷ, ୩ ଜଣ ମହିଳା । ସମସ୍ତେ କୋଲକାତା ଫେରନ୍ତା ପୂର୍ବ ଆକ୍ରାନ୍ତଙ୍କ ପରିବାର ଲୋକ। ଯାଜପୁର ଜିଲ୍ଲାର ନୂଆ ୪ ଆକ୍ରାନ୍ତଙ୍କ ପୂରା ତଥ୍ୟ ଦେଲେ ସରକାର । ନୂଆ ଆକ୍ରାନ୍ତଙ୍କ ସମ୍ପର୍କରେ ଟୁଇଟ କରି ସ୍ପଷ୍ଟ କଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ । ଜଣେ ଦଶରଥପୁର ଅଞ୍ଚଳର ହୋଇଥିବା ବେଳେ ଅନ୍ୟ ୩ ଜଣ ଯାଜପୁରର । ତେବେ ନୂଆ ୪ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ପୁରୁଷ ଓ ୩ ଜଣ ମହିଳା । ସେମାନଙ୍କ ମଧ୍ୟରେ ୪୮ ବର୍ଷୀୟ ମହିଳା, ୭୦ ବର୍ଷୀୟ ବୃଦ୍ଧା, ୮୦ ବର୍ଷୀୟ ବୃଦ୍ଧା ଏବଂ ୨୧ ବର୍ଷୀୟ ଯୁବକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତ ୪ ଜଣ କୋଲକାତା ଫେରନ୍ତା ପୂର୍ବ ଆକ୍ରାନ୍ତଙ୍କ ପରିବାର ଲୋକ ବୋଲି ସୂଚନା ଦେଇଛନ୍ତି ସରକାର ।
ତେବେ ଯାଜପୁରରେ ୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ୪ ପଜିଟିଭ ବାହାରିବା ପରେ ବର୍ତ୍ତମାନ ଜିଲ୍ଲାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଞ୍ଚିଲା । ସେପଟେ ନୂଆ ପଜିଟିଭ ଚିହ୍ନଟ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଜିଲ୍ଲାପାଳ । ପୂର୍ବ ଆକ୍ରାନ୍ତଙ୍କ ସମ୍ପର୍କୀୟ ଏହି ନୂଆ ୪ ଆକ୍ରାନ୍ତ । ଗତ ୨୦ ତାରିଖରୁ ସେମାନଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇଥିଲା । ନମୂନା ପରୀକ୍ଷା ପରେ ସେମାନଙ୍କର ପଜିଟିଭ ଆସିଛି ।

LEAVE A REPLY

Please enter your comment!
Please enter your name here