ଅସହାୟଙ୍କ ପେଟକୁ ଦାନା ଯୋଗାଇଦେବା ପାଇଁ ଅଣ୍ଟା ଭିଡ଼ିଛି ଗଞ୍ଜାମ ଜିଲ୍ଲା ବିଜେପି।

0
285

 

ବ୍ରହ୍ମପୁର,୨୬/୦୪/୨୦୨୦(ବୁରୋ ରିପୋର୍ଟ) ବର୍ତ୍ତମାନ କରୋନା ମହାମାରୀ ସାରା ବିଶ୍ୱକୁ ଘାଇଲା କରିବାରେ ଲାଗିଲାଣି । ଏଥିରୁ ବାଦ ପଡିନି ଆମ ଦେଶ ଓ ରାଜ୍ୟ। ଆମ ଦେଶରେ ମଧ୍ୟ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ସେହିଭଳି ରାଜ୍ୟର ମଧ୍ୟ କରୋନା ଆକ୍ରାନ୍ତ ରେ ସେଞ୍ଚୁରି ମାରିସାରିଲାଣି । ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶ ଓ ରାଜ୍ୟରେ ଲକ ଡାଉନ ଜାରି ରହିଥିବା ବେଳେ ଏବେ ଏହାର ପ୍ରଭାବ ଦିନ ମଜୁରିଆ, ଅସହାୟ ଓ ଗରିବ ଶ୍ରେଣୀର ଲୋକଙ୍କ ଉପରେ ପଡିଛି। ତେବେ ସେମାନଙ୍କ ପେଟ ର ଭୋକକୁ ଦେଖି ରାଜ୍ୟ ସରକାର ବହୁ ଯୋଜନା କରିଛନ୍ତି। ରାସନ କାର୍ଡ ଧାରୀ ମାନଙ୍କୁ ଆଗୁଆ ୩ ମାସର ରାସନ ସାମଗ୍ରୀ ପ୍ରଦାନ କରୁଛନ୍ତି।ତେବେ ସେଥିରେ ବଳି ପଡୁଛନ୍ତି ରାସନ କାର୍ଡ ରୁ ବାଦ ପଡିଥିବା ଲୋକେ। ଏଭଳି ଅବସ୍ଥାରେ ଏବେ ସେମାନଙ୍କ ନିକଟରେ ପହଞ୍ଚି ପେଟକୁ ଆହାର ଯୋଗାଇଦେବା ପାଇଁ ଅଣ୍ଟା ଭିଡ଼ିଛି ଗଂଜାମ ଜିଲ୍ଲା ବିଜେପି। ବ୍ରହ୍ମପୁର ସହରର ବିଭିନ୍ନ ୱାର୍ଡ ରେ ବିଜେପି ପକ୍ଷରୁ ଅସହାୟ ଓ ରାସନ କାର୍ଡ ରୁ ବଞ୍ଚିତ ଥିବା ଲୋକଙ୍କୁ ଅତ୍ୟାବଶ୍ୟକ ରାସନ ସାମଗ୍ରୀ ପ୍ରଦାନ କରାଯାଉଛି। ଏଥି ସହ କରୋନାକୁ ମୁକାବିଲା କରିବା ନେଇ ପ୍ରତ୍ୟକ ଟି ନିୟମାବଳୀ କୁ ମାନି ଅର୍ଥାତ ମାସ୍କ ବ୍ୟବହାର ବାଧ୍ୟତାମୂଳକ, ସମାଜିକ ଦୂରତା ପ୍ରତି ଗୁରୁତ୍ୱ, ସାନିଟାଇଜର ହାତକୁ ଭଲ ଭାବେ ସଫା କରିବା ଇତ୍ୟାଦି ନେଇ ଲୋକଙ୍କୁ ସଚେତନ କରାଯାଉଛି। ସେହିଭଳି ଆଜି ବିଜେପି ପକ୍ଷରୁ ପୁରୁଣା ବ୍ରହ୍ମପୁର ସ୍ଥିତ ଆଗା ସାହି ଠାରେ ଅସହାୟ ଓ ରାସନ କାର୍ଡ ରୁ ବାଦ ବାଡିଥିବା ଲୋକଙ୍କୁ ରାସନ ସାମଗ୍ରୀ ବିଜେପି ପକ୍ଷରୁ ପ୍ରଦାନ କରାଯାଇଥିଲା। ପ୍ରତ୍ୟକ ଦିନ ଭିଭିନ୍ନ ୱାର୍ଡ ସ୍ତରରେ ୨୦୦ ରୁ ୩୦୦ ଜଣ ବ୍ୟକ୍ତି ଙ୍କୁ ଏହି ଘରୋଇ ଖାଦ୍ୟ ସାମଗ୍ରୀ ପ୍ରଦାନ କରାଯାଉଛି। ଆଜିର ଏହି ସାମଗ୍ରୀ ବଣ୍ଟନ ରେ ଗଞ୍ଜାମ ଜିଲ୍ଲା ବିଜେପି ସଭାପତି ବିଭୁତି ଭୂଷଣ ଜେନା, ପୂର୍ବତନ ବିଜେପି ଜିଲ୍ଲା ସଭାପତି କାହ୍ନୁ ଚରଣ ପତି, ବିନାୟକ ରଥ,ପ୍ରଭାତ ଷଡଙ୍ଗୀ,କମଳ ,ଚନ୍ଦନ ସାହୁ,ଭାବଗ୍ରାହୀ ପାଳ, ବିଘ୍ନେଶ୍ୱର ନାୟକ,ଏନ.ରାଜେନ୍ଦ୍ର,କିରଣ ସାହୁ ଙ୍କ ସମେତ ଅନ୍ୟାନ୍ୟ କର୍ମକର୍ତା ଉପସ୍ଥିତ ରହି ସାମାଜିକ ଦୂରତା ବଜାଇ ରଖି ରାସନ ସାମଗ୍ରୀ ବଣ୍ଟନ କରିଥିଲେ।

LEAVE A REPLY

Please enter your comment!
Please enter your name here