*ସ୍ୱାଧୀନତା ସଂଗ୍ରାମୀ, ପୂର୍ବତନ ସାଂସଦ ତଥା ଗାନ୍ଧିବାଦୀ ନେତା *ପଦ୍ମଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ*

0
244

 

ଭୁବନେଶ୍ୱର,୧୪/୦୫/୨୦୨୦(ବ୍ୟୁରୋ ରିପୋର୍ଟ) ସ୍ୱାଧୀନତା ସଂଗ୍ରାମୀ, ପୂର୍ବତନ ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଗାନ୍ଧିବାଦୀ ନେତା ପଦ୍ମଶ୍ରୀ ଶ୍ରୀ ଭବାନୀ ଚରଣ ପଟ୍ଟନାୟକଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ଶ୍ରୀ ପ୍ରଦୀପ୍ତ ନାଏକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଏଭଳି ଘଡିସନ୍ଧି ମୁହୁର୍ତରେ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ ପରିବାରକୁ ସମବେଦନା ଜଣାଇଛନ୍ତି ।

ଏଭଳି ଅସମୟରେ ସ୍ୱର୍ଗତଃ ପଟ୍ଟନାୟକଙ୍କ ପରିବାରକୁ ଅସୀମ ଧୈର୍ଯ୍ୟ ପ୍ରଦାନ ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଶ୍ରୀ ମହାନ୍ତି ଏବଂ ଶ୍ରୀ ନାଏକ ପ୍ରାର୍ଥନା କରିଛନ୍ତି ।

LEAVE A REPLY

Please enter your comment!
Please enter your name here