ଦିନ ଦ୍ବିପ୍ରହରରେ ବାଣପୁରରେ ଯୁବକଙ୍କୁ ଗୁଳିମାଡ

0
259

 

ଗଞ୍ଜାମ, ୦୨/୦୭/୨୦୨୦(ଟୁକୁନା ପ୍ରଧାନ) ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ଦିନ ଦ୍ବିପ୍ରହରରେ ଗୁଳିମାଡ ହୋଇଥିବାର ଖବର ମିଳିଛି । ମିଳିଥିବା ସୂଚନା ଅନୁସାରେ ବାଣପୁର ବ୍ଲକ କୁମାରାଙ୍ଗ ପଞ୍ଚାୟତ ଅନ୍ତର୍ଗତ ଝିଣ୍ଟିକାପଲ୍ଲୀ ଗ୍ରାମରେ ଆଜି ଦିନ ଦ୍ବିପ୍ରହରରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ ହୋଇଛି । ଗୁଳିମାଡର ଶିକାର ହୋଇଥିବା ବ୍ୟକ୍ତି ଜଣକ ହେଉଛନ୍ତି କାହ୍ନୁ ପରିଡା । ବୟସ ତାଙ୍କର ୩୭ ବର୍ଷ ବୋଲି ଜଣାପଡିଛି । ଗୁଳିଟି ତାଙ୍କର ନାକରେ ବାଜି ଭିତରେ ରହିଥିବାର ସୂଚନା ରହିଛି । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିଆଯାଇଥିଲା । କିନ୍ତୁ ଅବସ୍ଥା ବେଶ୍‌ ଗୁରୁତର ରହିଥିବାରୁ ତାଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି ।ସୂଚନା ପାଇ ବାଣପୁର ପୋଲିସ୍‌ ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ପହଞ୍ଚି ଏହି ଘଟଣାର ଛାନ୍‌ଭିନ୍‌ ଆରମ୍ଭ କରିଛି । ତେବେ ଘରୋଇ ଝଗଡା କାରଣରୁ ଏହି ଗୁଳିକାଣ୍ଡ ଘଟିଥିବାର ଅନୁମାନ କରାଯାଉଛି ।

LEAVE A REPLY

Please enter your comment!
Please enter your name here