କଣ୍ଟେନମେଣ୍ଟ ଜୋନ୍ ଏବଂ ବଫର ଜୋନ୍ ଘୋଷଣା କଲେ ଗଞ୍ଜାମ ଜିଲ୍ଲାପାଳ

0
174

 

ଗଞ୍ଜାମ,୧୯/୦୭/୨୦୨୦(ଟୁକୁନା ପ୍ରଧାନ) – : ଗଞ୍ଜାମରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ ବେଗୁନିଆପଡା ବ୍ଲକରେ ମଧ୍ୟ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବେଗୁନିଆପଡା ବ୍ଲକ ଅନ୍ତର୍ଗତ ମର୍ଦ୍ଦକୋଟ ପଞ୍ଚାୟତର ମର୍ଦ୍ଦକୋଟ କଣ୍ଟାପଡ଼ା ଗ୍ରାମ କୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ ।ଏହି ଠାରୁ ଏକାଧିକ ସଂଖ୍ଯକ କରୋନା ପଜେଟିଭ ଚି଼ହ୍ନଟ ହେବା ପରେ ଏହାକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ ।ସଂକ୍ରମଣ ଅଧିକ ନ ବ୍ୟାପିବା ପାଇଁ ଏ ଅଂଚଳରେ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। କଣ୍ଟେନମେଣ୍ଟ ଜୋନରେ ଅବସ୍ଥିତ ସମସ୍ତ ସରକାରୀ ଓ ବେସରକାରୀ ଅଫିସ ବନ୍ଦ ରହିବ। ଲୋକମାନଙ୍କୁ ଘରୁ ନ ବାହାରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ ଚିଙ୍ଗୁଡିଖୋଲ ପଞ୍ଚାୟତ ର ଉସ୍ଥାଳି, ଘୋଡାପଡା ପଞ୍ଚାୟତ ର ଖାରିପଲି, ମର୍ଦ୍ଦକୋଟ ପଞ୍ଚାୟତ ର ଓଡନଇ ଆଦି ଗ୍ରାମକୁ କୁ ବଫର୍ ଜୋନ୍ ଭାବେ ଘୋଷଣା କରିଛନ୍ତି ଜିଲ୍ଲାପାଳ ।

LEAVE A REPLY

Please enter your comment!
Please enter your name here