ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀମାନଙ୍କୁ ବିଭିନ୍ନ ଜିଲ୍ଲା ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: ମନ୍ତ୍ରୀମାନେ ଜିଲ୍ଲା ବୁଲି କରୋନା ଆରୋଗ୍ୟଙ୍କୁ ପ୍ଲାଜମା ଦାନ ପାଇଁ କହିବେ।

0
148

 

ଭୂବନେଶ୍ୱର,୨୪/୦୭/୨୦୨୦(ବ୍ୟୁରୋ ରିପୋର୍ଟ) ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀମାନଙ୍କୁ ବିଭିନ୍ନ ଜିଲ୍ଲା ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ: ନିରଞ୍ଜନ ପୂଜାରୀଙ୍କୁ ପୁରୀ, ବିକ୍ରମ ଆରୁଖଙ୍କୁ କନ୍ଧମାଳ ଓ ଗଂଜାମ; ପ୍ରଫୁଲ୍ଲ ମଲ୍ଲିକଙ୍କୁ ବରଗଡ଼, ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ଭଦ୍ରକ ଓ କେନ୍ଦ୍ରାପଡ଼ା ଦାୟିତ୍ୱ ଦିଆଯାଇଛି। ସେପରି ଟୁକୁନି ସାହୁଙ୍କୁ ଦେବଗଡ଼, ସୁନ୍ଦରଗଡ଼; ଜଗନ୍ନାଥ ସାରକାଙ୍କୁ ଗଜପତି, କୋରାପୁଟ; ଦିବ୍ୟଶଙ୍କର ମିଶ୍ରଙ୍କୁ ଢେଙ୍କାନାଳ, ଅଶୋକ ପଣ୍ଡାଙ୍କୁ ଅନୁଗୁଳ,ସମୀର ଦାଶଙ୍କୁ ଯାଜପୁର, ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ବାଲେଶ୍ୱର, ପ୍ରେମାନନ୍ଦ ନାୟକଙ୍କୁ କେନ୍ଦୁଝର ଜିଲ୍ଲା ଦାୟିତ୍ୱ ଦେଇଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ। ଏହା ସହ
ପଦ୍ମନାଭ ବେହେରାଙ୍କୁ ଝାରସୁଗୁଡ଼ା ଓ ବୌଦ୍ଧ, ପ୍ରତାପ ଜେନାଙ୍କୁ ମୟୂରଭଂଜ ଓ କଟକ, ଅରୁଣ ସାହୁଙ୍କୁ ନୟାଗଡ଼ ଓ ଖୋର୍ଦ୍ଧା; ସୁଦାମ ମାର୍ଣ୍ଡିଙ୍କୁ ସୋନପୁର, ସୁଶାନ୍ତ ସିଂଙ୍କୁ ବଲାଙ୍ଗିର ଓ ସମ୍ବଲପୁର; ନବ ଦାସଙ୍କୁ କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ଦାୟିତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

LEAVE A REPLY

Please enter your comment!
Please enter your name here