“ଆସନ୍ତୁ ଗଢିବା ରକ୍ତ ସମ୍ପର୍କ” ଅଭିଯାନ ର ଏକାଦଶ ତମ ରକ୍ତଦାନ ଶିବିର ଅନୁଷ୍ଠିତ

0
428

 

ବ୍ରହ୍ମପୁର, ୨୮/୦୭/୨୦୨୦(ବ୍ୟୁରୋ ରିପୋର୍ଟ) ଅଗ୍ରଣୀ ସ୍ବେଚ୍ଛାସେବୀ ସଂଘ ବ୍ରହ୍ମପୁର ସବୁଜ ବାହିନୀ, ଆଞ୍ଚଳିକ ବିକାଶ ପରିଷଦ ଓ ବ୍ରହ୍ମପୁର ରକ୍ତ ଭଣ୍ଡାରର ମିଳିତ ଅନୁକୂଲ୍ୟରେ ଆଜି ଏକାଦଶ ତମ “ଆସନ୍ତୁ ଗଢିବା ରକ୍ତ ସମ୍ପର୍କ ” ନାମକ ରକ୍ତ ଦାନ ଶିବିର ବ୍ରହ୍ମପୁର ରକ୍ତ ଭଣ୍ଡାର ପରିସରରେ ଅନୁଷ୍ଠିତ ହୋଇଥିଲା।
ଚଳିତ ବର୍ଷ କରୋନା ମହାମାରୀ ପ୍ରଭାବ ରୁ ରକ୍ତ ଭଣ୍ଡାର ରେ ରକ୍ତ ଘୋର ଅଭାବ ଦେଖାଯାଇଛି ରୋଗୀ ମାନେ ଘୋର ଅସୁବିଧା ର ସମ୍ମୁଖୀନ ହେଉଛନ୍ତି ।ବିଶେଷ ଭାବେ ଗର୍ଭବତୀ ମହିଳା ଓ ଥାଲାସେମିଆ ରୋଗୀ ମାନେ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି । ଏହି ଅସୁବିଧାକୁ କିଛି ମାତ୍ରାରେ ହ୍ରାସ କରିବାପାଇଁ ଏହି ନିଆରା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି ।ଏହି କାର୍ଯ୍ୟକ୍ରମର ମୁଖ୍ୟ ଉର୍ଦ୍ଦେଶ୍ୟ ହେଉ ରକ୍ତଦାତାମାନେ କେନ୍ଦ୍ରକୁ ଆସି ରକ୍ତ ଦାନ କରିବେ l ଆଜିର ଶିବିର ରେ ସମୁଦାୟ ୧୨ ଗୋଟି ୟୁନିଟ ରକ୍ତ ସଂଗ୍ରହ କରାଯାଇଛି । ସମୁଦାୟ ଏଗାର ଗୋଟି ଶିବିରରେ ୧୮୨ ଗୋଟି ୟୁନିଟ ରକ୍ତ ସଂଗ୍ରହ ହୋଇଛି l ଏହି କାର୍ଯ୍ୟକ୍ରମ ରେ ରକ୍ତ ଭଣ୍ଡାରର ଡାକ୍ତର ସସ୍ମିତା ବେହେରା, ସୁଶାନ୍ତ କୁମାର ପାଣିଗ୍ରାହୀ ଏବଂ
ସବୁଜ ବାହିନୀ ର ସଭାପତି ଶିବରାମ ପାଣିଗ୍ରାହୀ ,ସତ୍ୟ ନାରାୟଣ ଦାସ, ବିଷ୍ଣୁ ପ୍ରସାଦ ଦାସ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବିଶ୍ବ ବ୍ୟାପି କରୋନା ମହାମାରୀ ପ୍ରଭାବ ଥିଲା ବେଳେ ଏଭଳି ନିଆରା ରକ୍ତ ଦାନ ଶିବିର ଆୟୋଜିତ କରି ରକ୍ତ ଅଭାବ କୁ ଦୂରକରିବା ପ୍ରୟାସ କୁ ସାଧାରଣ ମହଲରେ ପ୍ରଶଂସା କରାଯାଇଛି l ସମସ୍ତ ସ୍ବେଚ୍ଛାସେବୀ ସଂଗଠନ ଓ ଜନ ସାଧାରଣ ମାନଙ୍କୁ ଅନୁରୋଧ କରାଯାଉଛି ଯେ, ସେମାନେ ମଧ୍ୟ ଏଭଳି ମହତ୍ ଅଭିଯାନରେ ସାମିଲ ହୁଅନ୍ତୁ ।

LEAVE A REPLY

Please enter your comment!
Please enter your name here