ଆଜି ପୁଣି ରାଜ୍ୟରେ କରୋନା ନେଲା ୧୦ ମୁଣ୍ଡ

0
134

 

ଭୁବନେଶ୍ୱର, ୦୬/୦୮/୨୦୨୦(ବ୍ୟୁରୋ ରିପୋର୍ଟ)ରାଜ୍ୟରେ ବଢ଼ିବାରେ ଲାଗିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଠିକ୍‌ ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି । ଆଜି ରାଜ୍ୟରେ କରୋନା ମହାମାରୀ ନେଇଛି ୧୦ ଜୀବନ । ଯାହାକୁ ମିସାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୩୫ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩ ଜଣ ଥିବା ଜଣାପଡିଛି ।
ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩, ସୁନ୍ଦରଗଡ଼ରୁ ୨, ଭଦ୍ରକ, କନ୍ଧମାଳ, କେନ୍ଦୁଝର, ନବରଙ୍ଗପୁର, ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ତେବେ ଏହାକୁ ମିଶାଇ ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୧୨୦ ରେ ପହଞ୍ଚିଛି।

LEAVE A REPLY

Please enter your comment!
Please enter your name here