କରୋନା ସଚେତନତାର ଉନଚତ୍ବାରିଂଶଶତୋତ୍ତର ଦିବସୀୟ କାର୍ଯ୍ୟକ୍ରମ

0
173

 

ଯାଜପୁର,୦୭/୦୮/୨୦୨୦(ବ୍ୟୁରୋ ରିପୋର୍ଟ) ସମଗ୍ର ବିଶ୍ଵକୁ ମହାମାରୀ କରୋନାମୁକ୍ତ କରିବା ପାଇଁ ସଚେତନତାର ଆବଶ୍ୟକତାକୁ ଉପଲବ୍ଧିକରି ଯାଜପୁର ଜିଲ୍ଲାର ଦଶରଥପୁର ବ୍ଲକ ଅନ୍ତର୍ଗତ ବାବଲପୁରସ୍ଥିତ ଦେଶର ଅଗ୍ରଣୀ ସମାଜ କଲ୍ୟାଣକାରୀ ଲୋକସଂଗଠନ ଚିନ୍ମୟ ପ୍ରତିଷ୍ଠାନ ଓ ପ୍ରତିଷ୍ଠାନଦ୍ୱାରା ପରିଚାଳିତ ମଙ୍ଗଳପୁରସ୍ଥ ଡ଼ଲଫିନ ଡ୍ୟାନ୍ସ ସ୍କୁଲ ଆଣ୍ଡ ଗ୍ରୁପ ।ଆଜକୁ ଦୀର୍ଘ ୧୩୯ଦିନ ଧରି ଜାରିରଖିଛି ତା’ର ସଚେତନତା କାର୍ଯ୍ୟକ୍ରମ । ଆଜି ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ସଚେତନଧର୍ମୀ ସାମାଜିକ ନାଟକ ପରିବେଷଣ ସହ ରିଲିଫ ବଣ୍ଟନ କରାଯାଇଥିଲା।ଏଥିରେ ପ୍ରତିଷ୍ଠାନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଚିନ୍ମୟ ଦାଶ,ଡ୍ୟାନ୍ସ ଗ୍ରୁପର ନିର୍ଦ୍ଦେଶକ ମିହିର କୁମାର ମଲ୍ଲିକଙ୍କ ସମେତ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ଯୋଗଦାନ କରିଥିଲେ।ବିଶ୍ଵରୁ ମହାମାରୀ କରୋନାର ବିନାଶ ନହେବାଯାଏ ଏହି କାର୍ଯ୍ୟକ୍ରମ ଚାଲୁ ରହିବ ବୋଲି ପ୍ରତିଷ୍ଠାନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ଚିନ୍ମୟ ଦାଶ ମତବ୍ୟକ୍ତ କରିଛନ୍ତି।

LEAVE A REPLY

Please enter your comment!
Please enter your name here