ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୂକମ୍ପର ଝଟ୍‌କା

0
299

 

ବ୍ରହ୍ମପୁର,୦୮/୦୮/୨୦୨୦(ବ୍ୟୁରୋ ରିପୋର୍ଟ) ଆଜି ସକାଳୁ ସକାଳୁ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି।ଗଞ୍ଜାମ ଜିଲ୍ଲାର ପାତ୍ରପୁର, ଚିକିଟି ଓ ଦିଗପହଣ୍ଡି ଓ ଗଜପତି ଜିଲ୍ଲାର ମୋହନା, ଅଡ଼ବା, ଆର୍. ଉଦୟଗିରିରେ ମୃଦୁ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି।ସକାଳ ୭ଟା ୧୦ରେ ପ୍ରାୟ ୩ରୁ ୪ ସେକେଣ୍ଡ ଯାଏ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଥିଲା।ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୩.୮ ରେକର୍ଡ କରାଯାଇଛି। ଭୂକମ୍ପ ଯୋଗୁ ଭୟରେ ଲୋକମାନେ ଘରୁ ବାହାରି ଆସିଥିବା ଦେଖିବାକୁ ମିଳିଥିଲା।

LEAVE A REPLY

Please enter your comment!
Please enter your name here