ରାଜ୍ୟରେ ଆଉ ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ଆଜି ସୁଦ୍ଧା ଜୀବନ ହାରିଲେଣି ୫୪୬

0
159

ଭୂବନେଶ୍ବର,୦୬/୦୯/୨୦୨୦(ବ୍ୟୁରୋ ରିପୋର୍ଟ) ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୮ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୪ ଜଣ, ଖୋର୍ଦ୍ଧା, କୋରାପୁଟ , ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୪୦୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୯୬୫୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୩୭୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୫୩୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୨୦୯୮୪୦୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Regret to inform of the demise of eight Covid positive patients while under treatment in hospitals.

1.A 48 year old male of Bhubaneswar who was also suffering from Diabetes, Hypertension.

2.A 48 year old male of Ganjam who was also suffering from Diabetes. 3. A 45 year old male of Ganjam who was also suffering from Diabetes & Hypertension.

4.A 78 year old male of Ganjam district who was also suffering from Hypertension.

5.A 56 year old male of Ganjam district who was also suffering from Diabetes. 6.A 49 year old female of Koraput district who was also suffering from Uncontrolled Diabetes & Hypertension.

7.A 38 year old male of Rayagada district.

8. A 80 year old male of Sundergarh district.

LEAVE A REPLY

Please enter your comment!
Please enter your name here