“ଆସନ୍ତୁ ଗଢିବା ରକ୍ତ ସମ୍ପର୍କ” ଅଭିଯାନର ୧୫ତମ ରକ୍ତଦାନ ଶିବିର ଅନୁଷ୍ଠିତ

0
141

ବ୍ରହ୍ମପୁର,୦୮/୦୯/୨୦୨୦(ବ୍ୟୁରୋ ରିପୋର୍ଟ) ସହର ର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ “ବ୍ରହ୍ମପୁର ସବୁଜ ବାହିନୀ”, ଆଞ୍ଚଳିକ ବିକାଶ ପରିଷଦ ଓ ବ୍ରହ୍ମପୁର ରକ୍ତ ଭଣ୍ଡାରର ମିଳିତ ଅନୁକୂଲ୍ୟରେ ୧୫ ତମ “ଆସନ୍ତୁ ଗଢିବା ରକ୍ତ ସମ୍ପର୍କ” ନାମକ ରକ୍ତ ଦାନ ଶିବିର ବ୍ରହ୍ମପୁର ରକ୍ତ ଭଣ୍ଡାର ପରିସରରେ ଅନୁଷ୍ଠିତ ହୋଇଥିଲା।

ଚଳିତ ବର୍ଷ କରୋନା ମହାମାରୀ ପ୍ରଭାବରୁ ରକ୍ତ ଭଣ୍ଡାର ରେ ରକ୍ତର ଘୋର ଅଭାବ ଦେଖାଯାଇଛି ରୋଗୀ ମାନେ ଘୋର ଅସୁବିଧା ର ସମ୍ମୁଖୀନ ହେଉଛନ୍ତି ।ବିଶେଷ ଭାବେ ଗର୍ଭବତୀ ମହିଳା ଓ ଥାଲାସେମିଆ ରୋଗୀମାନେ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି । ଏହି ଅସୁବିଧାକୁ କିଛି ମାତ୍ରାରେ ହ୍ରାସ କରିବାପାଇଁ ଏହି ନିଆରା କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି ।ଏହି କାର୍ଯ୍ୟକ୍ରମର ମୁଖ୍ୟ ଉର୍ଦ୍ଦେଶ୍ୟ ହେଉ ରକ୍ତଦାତାମାନେ କେନ୍ଦ୍ରକୁ ଆସି ରକ୍ତ ଦାନ କରିବେ l ଆଜିର ଶିବିର ରେ ସମୁଦାୟ ୨୩ ଗୋଟି ୟୁନିଟ ରକ୍ତ ସଂଗ୍ରହ କରାଯାଇଛି । ସମୁଦାୟ ୧୫ ଗୋଟି ଶିବିରରେ ୨୬୬ ଗୋଟି ୟୁନିଟ ରକ୍ତ ସଂଗ୍ରହ ହୋଇଛି l ଏହି କାର୍ଯ୍ୟକ୍ରମ ରେ ରକ୍ତ ଭଣ୍ଡାରର ଡାକ୍ତର ରସ୍ମିତା ପାଣିଗ୍ରାହୀ ଏବଂ
ସବୁଜ ବାହିନୀ ର ସଭାପତି ଶିବରାମ ପାଣିଗ୍ରାହୀ ,ସତ୍ୟ ନାରାୟଣ ଦାସ, ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ବିଶ୍ବ ବ୍ୟାପି କରୋନା ମହାମାରୀ ପ୍ରଭାବ ଥିଲା ବେଳେ ରକ୍ତ ଭଣ୍ଡାରରେ ରକ୍ତ ଅଭାବ ଦେଖାଯାଇଛି,ସମସ୍ତ ସ୍ବେଚ୍ଛାସେବୀ ସଂଗଠନ ଓ ଜନ ସାଧାରଣ ମାନଙ୍କୁ ଅନୁରୋଧ କରାଯାଉଛି ଯେ ସେମାନେ ମଧ୍ୟ ଏଭଳି ମହତ ଅଭିଯାନରେ ସାମିଲ ହୁଅନ୍ତୁ ।

LEAVE A REPLY

Please enter your comment!
Please enter your name here