ଭୂବନେଶ୍ୱର,୧୦/୦୯/୨୦୨୦(ବ୍ୟୁରୋ ରିପୋର୍ଟ) ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଆସନ୍ତା ୧୩ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗରର ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୨ତାରିଖରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ମଧ୍ୟମରୁ ବଡ଼ ଧରଣର ବର୍ଷା ହୋଇପାରେ।ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ନୂଆପଡ଼ା ଓ ଅନୁଗୁଳ ଆଦି ଜିଲ୍ଲାର କିଛି ସ୍ଥାନରେ ଆଜି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ସେହିପରି ୧୨ ତାରିଖ ବେଳକୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।