ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ : ଆଜି ଅବପାତର ରୂପ ନେବା ସମ୍ଭାବନା, ୧୧ ରୁ ୧୩ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା

0
251

ଭୂବନେଶ୍ୱର, ୧୦/୧୦/୨୦୨୦(ବ୍ୟୁରୋ ରିପୋର୍ଟ)
ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଂଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି । ଆଜି ଏହା କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଘନୀଭୂତ ହୋଇ ଅବପାତର ରୂପନେବ । ପ୍ରଭାବରେ ୧୧ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ୧୧ ତାରିଖ ଅପରାହ୍ନ କିମ୍ବା ସନ୍ଧ୍ୟା ମଧ୍ୟରେ ଉତ୍ତର-ଆନ୍ଧ୍ର ଏବଂ ଦକ୍ଷିଣ ଓଡିଶା ମଧ୍ୟ ଦେଇ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ପ୍ରଭାବରେ ୧୧ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ୧୧ ତାରିଖରେ ୪ ଜିଲ୍ଲା ଗଜପତି, ରାୟଗଡା, ଗଞ୍ଜାମ, ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ସେହିପରି ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲା ଗୁଡିକ ହେଲା ଖୋର୍ଦ୍ଧା, କୋରାପୁଟ, କନ୍ଧମାଳ, ମାଲକାନଗିରି, ଜଗତସିଂହପୁର ଏବଂ ନୟାଗଡ । ସମୁଦ୍ର ଆଶାନ୍ତ ରହିବା ସହିତ ପବନର ବେଗ ୪୫ ରୁ ୫୫ କିଲୋମିଟର ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

LEAVE A REPLY

Please enter your comment!
Please enter your name here