୨୫୬ତମ ଦିବସରେ ପହଁଚିଲା ରିଲିଫ ବଣ୍ଟନ ଓ କରୋନା ସଚେତନତା କାର୍ଯ୍ୟକ୍ରମ।

0
188

ଯାଜପୁର,୦୫/୧୨/୨୦୨୦(ବ୍ୟୁରୋ ରିପୋର୍ଟ) ଦେଶର ଅଗ୍ରଣୀ ସମାଜ କଲ୍ୟାଣକାରୀ ଲୋକସଂଗଠନ ଚିନ୍ମୟ ଫାଉଣ୍ଡେସନ ଓ ଫାଉଣ୍ଡେସନଦ୍ୱାରା ପରିଚାଳିତ ଡ଼ଲଫିନ ଡ୍ୟାନ୍ସ ସ୍କୁଲ ଆଣ୍ଡ ଗ୍ରୁପ ପକ୍ଷରୁ ଯାଜପୁର ଜିଲ୍ଲାର ବିଂଝାରପୁର ବ୍ଲକର ବିଭିନ୍ନ ଅଞ୍ଚଳରେ ୨୫୬ତମ ଦିବସର କରୋନା ସଚେତନତା ଓ ରିଲିଫ ବଣ୍ଟନ କାର୍ଯ୍ୟକ୍ରମ ଇତିମଧ୍ୟରେ ଅନୁଷ୍ଠିତ ହୋଇଯାଇଅଛି।ଚିନ୍ମୟ ଫାଉଣ୍ଡେସନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଚିନ୍ମୟ ଦାଶ,ଡ୍ୟାନ୍ସ ଗ୍ରୁପର ନିର୍ଦ୍ଦେଶକ ମାଷ୍ଟର ମିହିର କୁମାର,ଶ୍ରୀମତୀ ଅର୍ଚ୍ଚନା ସାହୁ ଆଦି ଯୋଗଦାନ କରି ଏହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।ଏହି ଅବସରରେ ବିଂଝାରପୁର ଅଞ୍ଚଳର ବିଭିନ୍ନ ସ୍ଥାନ ବୁଲିବୁଲି କର୍ମକର୍ତ୍ତାମାନେ ଗରିବ,ଅସହାୟ,ପାଗଳା ପାଗିଳି ଆଦିଙ୍କୁ ଶୀତ ବସ୍ତ୍ର, ମାକ୍ସ,ସାବୁନ,ସାନିଟାଇଜର, ବ୍ଲିଚିଂ ପାଉଡର ଆଦି ବଣ୍ଟନ କରିଥିବାର ଦେଖିବାକୁ ମିଳିଥିଲା।

LEAVE A REPLY

Please enter your comment!
Please enter your name here