ଜେସିବି ଇଞ୍ଜିନ ଭିତରୁ ୧୧ ଫୁଟର ଅଜଗର ଉଦ୍ଧାର।

0
137

ବ୍ରହ୍ମପୁର,୧୮/୦୧/୨୦୨୧(ବ୍ୟୁରୋ ରିପୋର୍ଟ) ବ୍ରହ୍ମପୁର ସହର ଉପକଣ୍ଠ ପଲ୍ଲୀ ଗୁମୁଲା ଗ୍ରାମ ନୂଆ ବନ୍ଧ ନିକଟରୁ ଦୁଇଟି ଅଜଗର ସାପକୁ ଉଦ୍ଧାର କରାଯାଇଛି। ନୂଆ ବନ୍ଧର ସୋନ୍ଦର୍ଯ୍ୟ କରଣ କାର୍ଯ୍ୟ ଚାଲିଥିବା ବେଳେ ଜେସିବି ମସିନ ଦ୍ୱାରା ପାଣି ବାହାର କରିବାକୁ ନାଳ ଖୋଲା ଯାଉଥିଲା। ଉକ୍ତ ନାଳ ଖୋଲିବା ସମୟରେ ଗୋଟିଏ ବଡ଼ ପାଇପ ମଧ୍ୟରୁ ଦୁଇଟି ଅଜଗର ସାପ ବାହାରକୁ ଆସିଥିଲେ। ଗୋଟିଏ ୭ ଫୁଟର ଅଜଗରକୁ ଜେସିବି ଚାଳକ କୌଶଳ କ୍ରମେ ଗାଡିର ଶୁଣ୍ଢରେ ଦାବି ରଖିଥିଲେ। ଅନ୍ୟ ଗୋଟିଏ ସାପ ଗାଡିର ଇଞ୍ଜିନ ମଧ୍ୟରେ ପ୍ରବେଶ କରିଥିଲେ। ଏହା ପରେ ସ୍ନେକ ହେଲ୍ପ ଲାଇନ କୁ ଜଣାଇଥିଲେ। ସ୍ନେକ ହେଲ୍ପ ଲାଇନ ସଦସ୍ୟ ସ୍ୱାଧୀନ କୁମାର ସାହୁ ତାଙ୍କ ସହଯୋଗୀ ଶ୍ରୀକାନ୍ତ ନାହାକ ଓ ସନ୍ଦୀପ ସେଠୀଙ୍କ ସହ ପହଞ୍ଚିଥିଲେ। ପ୍ରଥମେ ସାତ ଫୁଟର ଅଜଗର ସାପକୁ ଉଦ୍ଧାର କରିଥିଲେ। ଏହାପରେ ଦୀର୍ଘ ତିନି ଘଣ୍ଟାର ପରିଶ୍ରମ ପରେ ଅନ୍ୟ ଗୋଟିଏ ଅଜଗର ଯାହାର ଲମ୍ବ ୧୧ଫୁଟ ହେବ ତାକୁ ଉଦ୍ଧାର କରିଥିଲେ। ଏଥିରେ ଗ୍ରାମବାସୀଙ୍କ ସହ ଭିଡ଼ିଓ ସାମ୍ବାଦିକ ଲିକୁ ଡାକୁଆ ଏବଂ ଗୌରୀ ଶଙ୍କର ମିଶ୍ର ସହଯୋଗ କରିଥିଲେ। ଶେଷରେ ଗ୍ରାମବାସୀ ଓ ସ୍ଥାନୀୟ ସରପଞ୍ଚ ସ୍ନେକ ହେଲ୍ପ ଲାଇନ ସଦସ୍ୟ ମାନଙ୍କୁ ତାଙ୍କର ନିଷ୍ଠାପର ସେବା ଓ କଠିନ ପରିଶ୍ରମ ପାଇଁ ଧନ୍ୟବାଦ ଜଣାଇଥିଲେ।

LEAVE A REPLY

Please enter your comment!
Please enter your name here