ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

0
100

ବୁଗୁଡା, ୦୮/୦୨/୨୦୨୧: ମହାମାରୀ କରୋନା ଯୋଗୁଁ ରାଜ୍ୟ ସରକାର ୩୧ ମାର୍ଚ୍ଚ ୨୦୨୦ ରୁ ସମସ୍ତ ଶିକ୍ଷାନୁଷ୍ଠାନରେ ଶିକ୍ଷାଦାନ ବନ୍ଦ କରିଥିବା ବେଳେ ଦୀର୍ଘ ୯ ମାସ ୮ ଦିନ ପରେ ଦଶମ ଓ ଦ୍ଵାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟକୁ ଆସିବାକୁ ଅନୁମତି ମିଳିଥିଲା। ଠିକ୍ ଏକ ମାସ ପରେ ଦୀର୍ଘ ୧୦ ମାସ ୮ ଦିନ ପରେ ପୁଣି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନବମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କୁ ବିଦ୍ୟାଳୟ ପ୍ରବେଶ ପାଇଁ ଅନୁମତି ପ୍ରଦାନ ପରେ ବିଭିନ୍ନ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ମାଣିତରା ଆଞ୍ଚଳିକ ଉଚ୍ଚ ବିଦ୍ୟାଳୟ ଓ ବି.କରଡ଼ାବାଡ଼ି ସର୍ଦ୍ଦାର ଅନ୍ତର୍ଯ୍ୟାମୀ ବିଦ୍ୟାପୀଠରେ ନବମ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି।
ମାଣିତରାରେ ପ୍ରଧାନ ଶିକ୍ଷକ କୈଳାଶ ଚନ୍ଦ୍ର ମହାରଣାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ହାତ ସାନଟାଇଜର ପରେ ଫୁଲ ଚନ୍ଦନ ଦେଇ ସ୍ୱାଗତ କରିଥିଲେ। ସେହିପରି ବି.କରଡ଼ାବାଡ଼ିରେ ପ୍ରଧାନ ଶିକ୍ଷକ ପ୍ରଶନ କୁମାର ସ୍ବାଇଁଙ୍କ ତତ୍ତ୍ୱାବଧାନରେ ଏବଂ କାର୍ଯ୍ୟରତ ବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ଓ ସିଆରସିସି ସନ୍ତୋଷ କୁମାର ସାହୁ, ବରିଷ୍ଠ ଶିକ୍ଷକ ପ୍ରକାଶ ଚନ୍ଦ୍ର ନାୟକ ଏବଂ ଅନ୍ୟାନ୍ୟ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ବୃନ୍ଦ ଉପସ୍ଥିତ ରହି ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇ ଶ୍ରେଣୀକୁ ପ୍ରବେଶ କରାଇ ଶିକ୍ଷାଦାନ ଆରମ୍ଭ କରିଥିଲେ।

ରିପୋର୍ଟ: ଅନିଲ କୁମାର ମହାରଣା

LEAVE A REPLY

Please enter your comment!
Please enter your name here