ଗାନ୍ଧିଗ୍ରାମ ସ୍କୁଲରେ ପୋଷାକ ବଣ୍ଟନ ମେଳା

0
172

ବୁଗୁଡା, ୨୫/୦୩/୨୦୨୧:ବୁଗୁଡା ବ୍ଲକ ଅନ୍ତର୍ଗତ ଗାନ୍ଧିଗ୍ରାମ ପ୍ରାଥମିକ ବିଦ୍ୟାଳୟରେ ମାର୍ଚ୍ଚ ୨୫ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ବୁଗୁଡା ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୋଷାକ ଓ ଜୋତା ବଣ୍ଟନ ମେଳାରେ ସମ୍ମାନୀତ ଅତିଥି ଭାବେ ସ୍କୁଲ ପରିଚାଳନା କମିଟି ସଭାପତି ସନ୍ତୋଷ କୁମାର ଜେନା ଓ ସିଆରସିସି ମାନସ ରଞ୍ଜନ ସେଠୀ ଯୋଗଦେଇଥିଲେ। ଅତିଥି ବୃନ୍ଦଙ୍କ ଦ୍ଵାରା ଛାତ୍ରଛାତ୍ରୀମାନଙ୍କୁ ପୋଷକ ଓ ଜୋତା ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବହୁ ଅଭିଭାବକ ଅଂଶ ଗ୍ରହଣ କରିଥିଲେ।
ରିପୋର୍ଟ: ଅନିଲ କୁମାର ମହାରଣା

LEAVE A REPLY

Please enter your comment!
Please enter your name here