ଚାଷୀଙ୍କ ଖାତାକୁ ଗଲା କାଳିଆ ଅନୁଦାନ ଟଙ୍କା, ୩୪ ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ ଗଲା ୬୩୯.୯୪ କୋଟି, କାଳିଆ ଟଙ୍କା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

0
153

ଭୁବନେଶ୍ୱର,୦୧/୦୪/୨୦୨୧: ପବିତ୍ର ଓଡ଼ିଶା ଦିବସ ଅବସରରେ ରାଜ୍ୟର ୩୪ ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ କାଳିଆ ଯୋଜନାରେ ୬୯୩.୯୪ କୋଟି ଟଙ୍କା ରବି ଋତୁ ପାଇଁ ଜମା କରାଯାଇଛି । କାର୍ଯ୍ୟକ୍ରମ ଆରମ୍ଭ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆଜି ପବିତ୍ର ଓଡ଼ିଶା ଦିବସ । ଆମ ସମସ୍ତଙ୍କ ପାଇଁ ଏକ ଆନନ୍ଦର ଦିନ । ଏହି ଅବସରରେ ଆମର ଚାଷୀ ଭାଇ ଓ ଭଉଣୀ ମାନଙ୍କୁ ମୋର ଅଭିନନ୍ଦନ ଜଣାଉଛି ।
ଆଜି ଠାରୁ ମଧ୍ୟ ଆମର ନୂଆ ଆର୍ଥିକ ବର୍ଷ ଆରମ୍ଭ ହେଉଛି । ମହାତ୍ମା ଗାନ୍ଧୀ ଓ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଚାଷୀଙ୍କ କଲ୍ୟାଣ କାର୍ଯ୍ୟକ୍ରମରୁ ହିଁ ମୁଁ ଆଜି ନୂଆ ଆର୍ଥିକ ବର୍ଷ ଆରମ୍ଭ କରୁଛି । କାଳିଆ ଯୋଜନା ଆମର ଏକ ଗୁରୁତ୍ବପୂର୍ଣ୍ଣ ଚାଷୀ କଲ୍ୟାଣ କାର୍ଯ୍ୟକ୍ରମ । ଆଜି ଆମର ୩୪ ଲକ୍ଷ ଚାଷୀଙ୍କ ବ୍ୟାଙ୍କ ଖାତାକୁ କାଳିଆ ଯୋଜନାରେ ୭୦୦ କୋଟି ଟଙ୍କା ଜମା କରାଗଲା । ସୂଚନା ଯୋଗ୍ୟ, କାଳିଆ ଯୋଜନାରେ ସରକାର ୩୭ ଲକ୍ଷ ଚାଷୀଙ୍କୁ ସାମିଲ୍ କରିଛନ୍ତି । ସେଥିରେ ୧୭ ଲକ୍ଷ ଭୂମିହୀନ ଗରିବ ଅଛନ୍ତି । ଦେଶର ଏକମାତ୍ର ଯୋଜନା ଭାବେ କାଳିଆ ଭୂମିହୀନ ଗରିବଙ୍କ ସହ ଚାଷୀଙ୍କୁ ସହାୟତା ପ୍ରଦାନ କରୁଛି ।ଚାଷୀର ତ୍ୟାଗ ଓ ସ୍ବାଭିମାନ ହିଁ ଆଜି ଓଡ଼ିଶାର ସ୍ବାଭିମାନ ବୃଦ୍ଧି କରିଛି । ଓଡ଼ିଶାର ଚାଷୀ ଆଜି ଅନ୍ୟ ରାଜ୍ୟକୁ ଖାଦ୍ୟ ଯୋଗାଉଛି । କୃଷି କର୍ମଣ ପୁରସ୍କାର ପାଇ ଓଡ଼ିଶା ଗର୍ବିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୂନ ପ୍ରତିଶତ ସୁଧରେ ଚାଷୀଙ୍କୁ ଋଣ, ନୂଆ କୃଷି ନୀତି ଆଦି ଅନେକ କାର୍ଯ୍ୟକ୍ରମ ଆମର ଚାଷୀ ଭାଇଙ୍କୁ ଉତ୍ସାହିତ କରିଛି । ଆମ ଚାଷୀ ଭାଇଭଉଣୀଙ୍କ ପାଇଁ ମୁଁ ଗର୍ବିତ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଚାଷୀ ଆମ ଅର୍ଥନୀତିର ମହାଶକ୍ତି । କୋଭିଡ୍ ସମୟରେ ଚାଷୀ ଭାଇ ହିଁ ଆମର ଅର୍ଥନୀତିକୁ ରକ୍ଷା କରିଛି । ତେଣୁ ଚାଷୀକୁ ଅଣଦେଖା କରି ବିକାଶ କଥା ଚିନ୍ତା କରାଯାଇ ନ ପାରେ ।
ମୁଖ୍ୟମନ୍ତ୍ରୀ କହିଛନ୍ତି- ମୁଁ ସବୁବେଳେ ଚାଷୀ ଭାଇଭଉଣୀ ମାନଙ୍କ ସହ ରହିଛି । ସେମାନଙ୍କ ପାଇଁ କାମ କରୁଛି ଓ କରି ଚାଲିବି । ଦେଢ ଗୁଣ ଏମଏସପି କାହାର ଦୟା ନୁହେଁ । ଏହା ଚାଷୀର ହକ୍‌ । ଚାଷୀକୁ ତାର ହକ୍‌ ଦେବାପାଇଁ ଆମର ଲଢେଇ ଜାରି ରହିଛି । ସ୍ୱାମୀ ନାଥନ୍ କମିଟି ସୁପାରିସକୁ କାର୍ଯ୍ୟକାରୀ କରିବା ପାଇଁ ଆମର ଦାବୀ ଜାରି ରହିବ। ସବୁ କଠିନ ପରିସ୍ଥିତିରେ ଚାଷୀ ଦେଶ ପ୍ରତି ତାର ଦାୟିତ୍ବ ନିଷ୍ଠାର ସହ କରିଚାଲିଛି । ଚାଷୀର ତ୍ୟାଗ ଓ ପରିଶ୍ରମକୁ ପ୍ରଣାମ ଜଣାଉଛି । ମାଟି ମା ପାଇଁ ଚାଷୀର ତ୍ୟାଗ ଅମୂଲ୍ୟ। ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଥିଲେ ।

LEAVE A REPLY

Please enter your comment!
Please enter your name here