ଭୂବନେଶ୍ୱର,୦୨/୦୪/୨୦୨୧:ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସହ କାଳବୈଶାଖୀ ସମ୍ଭାବନା । ୫ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।ଜାରି ସତର୍କ ସୂଚନା ଅନୁଯାୟୀ ଆଜି ଅପରାହ୍ନ ଠାରୁ ଆସନ୍ତାକାଲି ମଧ୍ୟାହ୍ନ ମଧ୍ୟରେ ରାଜ୍ୟର କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର, ବାଲେଶ୍ୱର, କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ଏହି ସମୟ ମଧ୍ୟରେ ଗଜପତି, ଗଞ୍ଜାମ, କନ୍ଧମାଳ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହିତ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହି କାଳବୈଶାଖୀ ସହ ଘୂର୍ଣ୍ଣିବଳୟ ହେବାର ସମ୍ଭାବନା ରହିଥିବାରୁ ଏହି ୫ଟି ଜିଲ୍ଲା ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
Home ବ୍ରହ୍ମପୁର ସ୍ପେଶାଳ ଆଗାମୀ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସହ କାଳବୈଶାଖୀ ସମ୍ଭାବନା, ୫ ଜିଲ୍ଲାକୁ ୟେଲୋ...





