ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟ ଙ୍କ ପରଲୋକ

0
176

ଭୁବନେଶ୍ୱର,୦୨/୦୬/୨୦୨୧: ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସେ କରୋନା ରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହୋଇଥିଲେ। ଏଥିପାଇଁ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା କରାଯାଉଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ହୋଇଥିଲା।୧୯୯୦ ମସିହା ନିର୍ବାଚନ ପରେ ସେ ଅନେକ ଥର ଭଦ୍ରକ ଜିଲ୍ଲା ବାସୁଦେବପୁର ବିଧାନସଭା ନିର୍ବାଚନମଣ୍ଡଳୀକୁ ନିର୍ବାଚିତ ହୋଇଛନ୍ତି।ବିଜୟଶ୍ରୀ ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ପୁଅ ଥିଲେ। ବାସୁଦେବପୁର ନିର୍ବାଚନ ମଣ୍ଡଳିରୁ ୬ ଥର ବିଜୟଶ୍ରୀ ଜିତିଥିଲେ। ନବୀନ ସରକାରରେ ଏକାଧିକ ବିଭାଗର ସେ ମନ୍ତ୍ରୀ ଥିଲେ। ସ୍ବାସ୍ଥ୍ୟ, ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ଥିଲେ।ବିଜୟଶ୍ରୀଙ୍କ ପରଲୋକରେ ମୂଖ୍ୟମନ୍ତ୍ରୀ ଙ୍କ ସମେତ ବହୁ ନେତା ଓ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

LEAVE A REPLY

Please enter your comment!
Please enter your name here