ବୁଗୁଡା, ୦୭/୦୯/୨୦୨୧ : ବୁଗୁଡା ବ୍ଲକର ମାଣିତରା ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରକୁ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଉତ୍ତମ ସ୍ୱାସ୍ଥ୍ୟ ସେବା ଓ ସୁନ୍ଦର ପରିବେଶ ପାଇଁ କାୟକଳ୍ପ ପୁରସ୍କାର ପ୍ରଦାନ କରାଯାଇଛି। ବ୍ରହ୍ମପୁର ଠାରେ ଜାତୀୟ ସ୍ୱାସ୍ଥ୍ୟ ମିଶନ, ରାଷ୍ଟ୍ରୀୟ ବାଲ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଓ ଓଡିଶା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗଞ୍ଜାମ ଜିଲ୍ଲାର ୧୨ ଟି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ କେତେକ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଏହି କାୟକଳ୍ପ ପୁରସ୍କାର ପ୍ରଦାନ କରାଯାଇଛି। କରୁଣା ଟ୍ରଷ୍ଟ ଦ୍ୱାରା ପରିଚାଳିତ ମାଣିତରା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ( ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର )କୁ ଏହି ପୁରସ୍କାର ପ୍ରଦାନ କରାଯାଇଥିବା ଯୋଗୁଁ ରୋଗୀ କଲ୍ୟାଣ ସମିତିର ସଭାନେତ୍ରୀ ତଥା ଜିଲ୍ଲା ପରିଷଦ ସଦସ୍ୟା ଭୁବନେଶ୍ୱରୀ ଖଟେଇ ମେଡ଼ିକାଲ ଅଫିସର ଡାକ୍ତର ଦୟାନିଧି ରାଉତ, ଆୟୁଷ ଡାକ୍ତର ଦୁର୍ଗା ପ୍ରସାଦ ବିଶ୍ୱାଳ, ଫାର୍ମାସିଷ୍ଟ ରାମଚନ୍ଦ୍ର ମିଶ୍ର, ଟେକିନିସିଆନ କାଳୀ ପ୍ରସାଦ ସାହୁ, ମହିଳା ସ୍ୱାସ୍ଥ୍ୟ କର୍ମୀ କୃଷ୍ଣ ପ୍ରିୟା ପଣ୍ଡା ଓ କର୍ମଚାରୀ ବୃନ୍ଦଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ରିପୋର୍ଟ:ଅନିଲ କୁମାର ମହାରଣା