ପାଣ୍ଡିରିପଡା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ କାୟାକଳ୍ପ ପୁରସ୍କାର

0
393

ବୁଗୁଡା, ୦୮/୦୯/୨୦୨୧ : ପୋଲସରା ବ୍ଲକର ପାଣ୍ଡିରିପଡା ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ରକୁ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଉତ୍ତମ ସ୍ୱାସ୍ଥ୍ୟ ସେବା ଓ ସୁନ୍ଦର ପରିବେଶ ପାଇଁ କାୟକଳ୍ପ ପୁରସ୍କାର ପ୍ରଦାନ କରାଯାଇଛି। ବ୍ରହ୍ମପୁର ଠାରେ ଜାତୀୟ ସ୍ୱାସ୍ଥ୍ୟ ମିଶନ, ରାଷ୍ଟ୍ରୀୟ ବାଲ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଓ ଓଡିଶା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗଞ୍ଜାମ ଜିଲ୍ଲାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଏହି କାୟକଳ୍ପ ପୁରସ୍କାର ପ୍ରଦାନ କରାଯାଇଛି। ପାଣ୍ଡିରିପଡା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଏହି ପୁରସ୍କାର ପ୍ରଦାନ କରାଯାଇଥିବା ଯୋଗୁଁ ମେଡ଼ିକାଲ ଅଫିସର ଡାକ୍ତର ବିଜୟ କୁମାର ଭୂୟାଁ, ଆୟୁଷ ଡାକ୍ତର ଗୌରହରି ମିଶ୍ର, ଫାର୍ମାସିଷ୍ଟ ଗଣେଶ ଚନ୍ଦ୍ର ନାୟକ, ଟେକିନିସିଆନ ବିକାଶ କୁମାର ମିଶ୍ର , ଷ୍ଟାପ ନର୍ସ ମୁକ୍ତିଲତା ପ୍ରଧାନ ଓ କର୍ମଚାରୀ ବୃନ୍ଦଙ୍କୁ ଜନସାଧାରଣ ଅଭିନନ୍ଦନ ଜଣାଇଛନ୍ତି।
ରିପୋର୍ଟ:ଅନିଲ କୁମାର ମହାରଣା

LEAVE A REPLY

Please enter your comment!
Please enter your name here