ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବଢାଇଲେ ରାଜ୍ୟ ସରକାର

0
189

ଭୂବନେଶ୍ୱର,୦୬/୧୧/୨୦୨୧: ରାଜ୍ୟରେ ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ଦରମା ବଢ଼ିଲା। ଏନେଇ ଅର୍ଥ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି। ଚଳିତ ମାସଠାରୁ ବର୍ଦ୍ଧିତ ଦରମା ଲାଗୁ ହେବା ନେଇ ବିଜ୍ଞପ୍ତି ଜାରି କରାଯାଇଛି।ଏହି ବିଜ୍ଞପ୍ତି ଅନୁଯାୟୀ, ମାସିକ ୮୦୭୦ ଟଙ୍କା ପାଉଥିବା ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ଏବେ ମିଳିବ ୧୦,୧୦୦ ଟଙ୍କା। ସେହିପରି ଯେଉଁମାନେ ୮୩୯୦ ଟଙ୍କା ପାଉଥିଲେ ସେମାନେ ୧୦,୫୦୦ ଟଙ୍କା ପାଇବେ।
୮୭୫୦ ଟଙ୍କା ପାଉଥିବା ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ୧୦,୯୦୦ ଟଙ୍କା ଓ ୮୮୮୦ ଟଙ୍କା ପାଉଥିବା କର୍ମଚାରୀଙ୍କୁ ୧୧,୧୦୦ ଟଙ୍କା ମିଳିବ। ସେହିପରି ୯ ହଜାର ପାଉଥିବା କର୍ମଚାରୀଙ୍କୁ ମିଳିବ ୧୧,୨୦୦ ଟଙ୍କା।୯୨୫୦ ଟଙ୍କା ଦରମା ପାଉଥିବା ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ୧୧,୫୦୦ ଟଙ୍କା, ୯୫୦୦ ଟଙ୍କା ପାଉଥିବା କର୍ମଚାରୀଙ୍କୁ ୧୧,୯୦୦ ଟଙ୍କା, ୧୦ ହଜାର ପାଉଥିବା କର୍ମଚାରୀଙ୍କୁ ୧୨,୫୦୦ ଟଙ୍କା ଏବଂ ୧୬,୮୮୦ ଟଙ୍କା ପାଉଥିବା କର୍ମଚାରୀଙ୍କୁ ମିଳିବ ୨୧,୧୦୦ ଟଙ୍କା ମିଳିବା ନେଇ ସରକାର ଙ୍କ ବିଜ୍ଞପ୍ତି ଜାରି କରାଯାଇଛି।

LEAVE A REPLY

Please enter your comment!
Please enter your name here