ଦୁଇ ଗୋଟି ଶିକ୍ଷାନୁଷ୍ଠାନରେ ପୋଷାକ ବିତରଣ ମେଳା

0
193

ବୁଗୁଡା, ୧୯/୧୧/୨୦୨୧: ବୁଗୁଡା ବ୍ଲକ ଅନ୍ତର୍ଗତ ଗୌଡ଼ିଆ ବୋରଦା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଓ ବୁଗୁଡା ନେଳିଆ ବନ୍ଧ ସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନଭେମ୍ବର ୧୮ ତାରିଖ ଦିନ ପୋଷାକ ଓ ଜୋତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି। ଗୌଡ଼ିଆ ବୋରଦା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ପୋଷାକ ଓ ଜୋତା ବଣ୍ଟନ ମେଳାରେ ମୁଖ୍ୟ ଅତିଥି ଭାବେ ବୁଗୁଡା ବ୍ଲକ ଏବିଇଓ ପ୍ରମୋଦ ଚନ୍ଦ୍ର ସେନାପତି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭ୍ରମର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମେଳାରେ ସମ୍ମାନିତ ଅତିଥି ଭାବେ ଏସଏମସି ସଭାପତି ଦୁର୍ଯ୍ୟୋଧନ ପାତ୍ର ଯୋଗଦେଇ ଥିଲେ। ଅତିଥି ମାନଙ୍କ ଦ୍ୱାରା ୨୪୪ ଜଣ ଛାତ୍ରଛାତ୍ରୀ ଙ୍କୁ ପୋଷାକ ଓ ଜୋତା ବଣ୍ଟନ କରାଯାଇଥିଲା। ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ବୃନ୍ଦ ମେଳା ପରିଚାଳନାରେ ସହଯୋଗ କରିଥିଲେ। ସେହିପରି ବୁଗୁଡା ଏନଏସି ର ନେଳିଆ ବନ୍ଧ ସାହି ସରକାରୀ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟ ଏବିଇଓ ଶ୍ରୀ ସେନାପତି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଳାକୁ ଉଦଘାଟନ କରିଥିବା ବେଳେ ପ୍ରଧାନ ଶିକ୍ଷକ ସନ୍ତୋଷ କୁମାର ବେହେରା ଅଧ୍ୟକ୍ଷତା କରିଥିଲେ। ବିଦ୍ୟାଳୟ ର ଏସଏମସି ସଭାପତି ଜଳନ୍ଧର ନାୟକ ଓ ସିଆରସିସି ପ୍ରତାପ କୁମାର ଖଡଙ୍ଗା ସମ୍ମାନିତ ଅତିଥି ଭାବେ କାର୍ଯ୍ୟକ୍ରମ ରେ ଯୋଗଦେଇଥିଲେ। ଅତିଥି ବୃନ୍ଦ ୨୩ ଜଣ ଛାତ୍ରଛାତ୍ରୀଙ୍କୁ ପୋଷାକ ଓ ଜୋତା ବଣ୍ଟନ କରିଥିଲେ। ପରିଚାଳନା କମିଟି ସଦସ୍ୟ ସଦସ୍ୟା ବୃନ୍ଦ ପରିଚାଳନାରେ ସହଯୋଗ କରିଥିଲେ।
ରିପୋର୍ଟ:ଅନିଲ କୁମାର ମହାରଣା

LEAVE A REPLY

Please enter your comment!
Please enter your name here