ପୋଲସରା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରତିଷ୍ଠା ଦିବସ

0
388

ପୋଲସରା/ବୁଗୁଡା, ୨୬/୧୨/୨୧: ଗଞ୍ଜାମ ଜିଲ୍ଲାର ପୋଲସରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୋଲସରା ବ୍ଲକ ଓ ଏନଏସି ଏବଂ ବୁଗୁଡା ବ୍ଲକ ଓ ଏନଏସିରେ ଡିସେମ୍ବର ୨୬ ତାରିଖ ଦିନ ବିଜେଡିର ୨୫ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି। ପୋଲସରାରେ ବିଧାୟକ ଶ୍ରୀକାନ୍ତ ସାହୁଙ୍କ ନେତୃତ୍ୱରେ ପ୍ରଥମେ ପୋଲସରା ବସଷ୍ଟାଣ୍ଡରେ ଥିବା ପ୍ରବାଦ ପୁରୁଷ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ପରେ ପୋଲସରା ମେଡ଼ିକାଲରେ ରୋଗୀମାନଙ୍କୁ ଫଳ ଓ ଶୁଖିଲା ଖାଦ୍ୟ ବଣ୍ଟନ କରିଥିଲେ। ଅପରାହ୍ନରେ ୨୫ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ବ୍ଲକ ସଭାପତି ସୁରେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ବିଧାୟକ ଶ୍ରୀ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ବାବୁଙ୍କ ନେତୃତ୍ବରେ ବିଜେଡିର ୨୨ ବର୍ଷ ମଧ୍ୟରେ ଓଡ଼ିଶାର ପ୍ରଗତି ବିଷୟ ନେଇ ବକ୍ତବ୍ୟ ରଖିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ସମ୍ପାଦକ ଅଶୋକ କୁମାର ବିଷୋୟୀ, ବ୍ଳକ ଅଧ୍ୟକ୍ଷ ବଳରାମ ସେଠୀ, ଉପାଧ୍ୟକ୍ଷା ସଂଯୁକ୍ତା ବାଡତ୍ୟା, ସାଂସଦ ପ୍ରତିନିଧି ମୋଚିରାମ ସାହୁ, ପୂର୍ବତନ ନଗରପାଳ ପ୍ରଫୁଲ କୁମାର ପ୍ରଧାନ, ଯୁବ ବିଜେଡି ସଭାପତି ସନ୍ତୋଷ କୁମାର ବେହେରା, ନଗର ବିଜେଡି ସଭାପତି ରଞ୍ଜିତ କୁମାର ସାହୁ ପ୍ରମୁଖଙ୍କ ସମେତ ସରପଞ୍ଚ, ସମିତି ସଭ୍ୟ ସଭ୍ୟା, ଜିଲ୍ଲା ପରିଷଦ ସଦସ୍ୟା ସଦସ୍ୟ, ଓ ବହୁ ଦଳୀୟ କର୍ମୀ ଭାଗ ନେଇଥିଲେ। ସେହିପରି ବୁଗୁଡା ବ୍ଲକ ଓ ଏନଏସି ବିଜେଡି ପକ୍ଷରୁ ବିଧାୟକ ଶ୍ରୀ ସାହୁଙ୍କ ନେତୃତ୍ୱରେ ପଞ୍ଚାୟତ ସମିତି ପରିସରରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ବୁଗୁଡା ମେଡ଼ିକାଲରେ ରୋଗୀଙ୍କୁ ଫଳ ଓ ଶୁଖିଲା ଖାଦ୍ୟ ସାମଗ୍ରୀ ବଣ୍ଟନ କରାଯାଇଥିଲା। ଅପରାହ୍ନରେ ବୁଗୁଡା ବସଷ୍ଟାଣ୍ଡ ଠାରେ ବୁଗୁଡା ବ୍ଲକ ସଭାପତି ମଦନ ଗୋପାଳ ଦୋରାଙ୍କ ଅଧ୍ୟକ୍ଷତାରେ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ବିଧାୟକ ଶ୍ରୀ ସାହୁ ବିଜେଡି ଶାସନ ସମୟରେ ହୋଇଥିବା ବିଭିନ୍ନ ଜନହିତକର ଯୋଜନା ସମ୍ପର୍କରେ ପ୍ରକାଶ କରିଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଢ଼ ନେତୃତ୍ୱ ଓ ଦୂର ଦୃଷ୍ଟି ରଖି ଓଡିଶାରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ, ସ୍ମାର୍ଟ କ୍ଳାସ ମାଧ୍ୟମରେ ବିଦ୍ୟଳୟର ଉନ୍ନତି କରଣ କାର୍ଯ୍ୟ, ସ୍ୱୟଂ ସହାୟକ ଗୋଷ୍ଠୀକୁ ସ୍ୱବାଲମ୍ବୀ କରିବା, ପଞ୍ଚାୟତ ଓ ପୌର ନିର୍ବାଚନରେ ୫୦ ପ୍ରତିଶତ ମହିଳାଙ୍କ ପାଇଁ ସଂରକ୍ଷଣ କରିବା ପ୍ରଭୃତି ପଦକ୍ଷେପକୁ ସାଧୁବାଦ ଜଣାଇବା ସହ ବିଜୁବାବୁ ଓ ନବୀନ ବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ପରାମର୍ଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ମାମୀ ସେନାପତି, ଉପାଧ୍ୟକ୍ଷ ଟୁକୁନା ସ୍ବାଇଁ,ଜିଲ୍ଲା ପରିଷଦ ସଦସ୍ୟ ରେବତୀ ମୋହନ ନାୟକ, ଜିଲ୍ଲା ସମ୍ପାଦକ ସୁଧାଂଶୁ ଶେଖର ପାଢ଼ୀ, ଜିଲ୍ଲା ପରିଷଦ ସଦସ୍ୟା ଭୁବନେଶ୍ୱରୀ ଖଟେଇ, ମାନସ ରଞ୍ଜନ ପ୍ରଧାନ, କେ ତ୍ରିଲୋଚନ ଦୋରା ପ୍ରମୁଖଙ୍କ ସମେତ ବହୁ ନେତା ଓ କର୍ମୀ ଏବଂ ଲୋକପ୍ରତିନିଧି ବୃନ୍ଦ ଉପସ୍ଥିତ ଥିଲେ।
ରିପୋର୍ଟ:ଅନିଲ କୁମାର ମହାରଣା

LEAVE A REPLY

Please enter your comment!
Please enter your name here