ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନବାଗତଙ୍କୁ ସମ୍ବର୍ଦ୍ଧନା

0
183

ପୋଲସରା, ୨୭/୧୨/୨୦୨୧: ପୋଲସରା ଆଞ୍ଚଳିକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଡିସେମ୍ବର ୨୭ ତାରିଖ ଦିନ +୨ ପ୍ରଥମ ବର୍ଷ ଛାତ୍ରୀମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷା ରଞ୍ଜିତା କୁମାରୀ ମିଶ୍ରଙ୍କ ଅଧ୍ୟକ୍ଷତରେ ଅନୁଷ୍ଠିତ ଏହି ସ୍ୱାଗତ ସମ୍ବର୍ଦ୍ଧନା ସଭାରେ ମୂଖ୍ୟ ଅତିଥିଭାବେ ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପୋଲସରା ବିଡ଼ିଓ ସୁରଞ୍ଜନ କୁମାର ସାହୁ, ପୋଲସରା ତହସିଲଦାର ଦିଲ୍ଲୀପ କୁମାର ନାୟକ ଓ ପୂର୍ବତନ ନଗରପାଳ ପ୍ରଫୁଲ କୁମାର ପ୍ରଧାନ ଯୋଗ ଦେଇଥିଲେ। ଅତିଥି ବୃନ୍ଦ ଛାତ୍ରୀମାନଙ୍କୁ ଶୃଙ୍ଖଳିତ ଭାବେ ଶିକ୍ଷା ଗ୍ରହଣ କରି ନିଜର ଉତ୍ତମ ଭବିଷ୍ୟତ ଗଠନ କରିବାକୁ ପରାମର୍ଶ ଦେଇଥିଲେ। + ୨ ଉତ୍ତୀର୍ଣ୍ଣ ପରେ ଉଚ୍ଚ ଶିକ୍ଷା ପାଇଁ ପଥ ପରିଷ୍କାର ହୋଇଥିବା ବେଳେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଶିକ୍ଷା ଗ୍ରହଣ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ସମସ୍ତ ଛାତ୍ରୀ ଶିକ୍ଷାନୁଷ୍ଠାନର ନିୟମ ମାନି ଶିକ୍ଷା ଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ପ୍ରଥମ ବର୍ଷ ଛାତ୍ରୀବୃନ୍ଦ ସେମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ଦ୍ଵିତୀୟ ବର୍ଷ ଛାତ୍ରୀବୃନ୍ଦ ସେମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ। ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟପାକ ଓ ଅଧ୍ୟାପିକା ବୃନ୍ଦ କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରୀମାନଙ୍କୁ ଗୁଣାତ୍ମକ ଶିକ୍ଷା ବିଷୟରେ ଦିଗଦର୍ଶନ ପ୍ରଦାନ କରିଥିଲେ। ଏଥିସହ ଶିକ୍ଷାନୁଷ୍ଠାନର ନୂତନ ଅତିରିକ୍ତ ଶ୍ରେଣୀ ଗୃହକୁ ବିଧାୟକ ଶ୍ରୀକାନ୍ତ ସାହୁ ଉଦଘାଟନ କରିଥିଲେ। ଉଦଘାଟନୀ କାର୍ଯ୍ୟକ୍ରମରେ ଅଧ୍ୟକ୍ଷା ଙ୍କ ସମେତ ଅଧ୍ୟପାକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରୀ ବୃନ୍ଦ ଉପସ୍ଥିତ ଥିଲେ।
ରିପୋର୍ଟ:ଅନିଲ କୁମାର ମହାରଣା

LEAVE A REPLY

Please enter your comment!
Please enter your name here