ପଞ୍ଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ । ୫ଟି ପର୍ଯ୍ୟାୟରେ ହେବ ଚଳିତ ପଞ୍ଚାୟତ ନିର୍ବାଚନ

0
247

ଭୂବନେଶ୍ୱର,୧୧/୦୧/୨୦୨୨:ରାଜ୍ୟରେ ୫ଟି ପର୍ଯ୍ୟାୟ ରେ ହେବ ପଞ୍ଚାୟତ ଭୋଟ ଗ୍ରହଣ କରାଯିବ। ଆସନ୍ତା ଫେବ୍ରୁଆରି ୧୬,୧୮,୨୦,୨୨ ଓ ୨୪ ରେ ଭୋଟ ଗ୍ରହଣ ହେବ । ପ୍ରତି ପର୍ଯ୍ୟାୟ ମଧ୍ୟରେ ଗୋଟିଏ ଦିନ ବ୍ୟବଧାନ ରହିବ । ଆସନ୍ତା ଫେବ୍ରୁଆରୀ ୧୬, ୧୮, ୨୦, ୨୨, ୨୪ ତାରିଖରେ ନିର୍ବାଚନ ହେବ । ସେହିଭଳି ଫେବ୍ରୁଆରୀ ୨୬, ୨୭ ଓ ୨୮ ତାରିଖରେ ୩ଟି ପର୍ଯ୍ୟାୟରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ । ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ଜାନୁଆରୀ ୧୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ସେହିଭଳି ୧୭ ଜାନୁଆରୀରୁ ୨୧ ଜାନୁଆରୀ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରିପାରିବେ ପ୍ରାର୍ଥୀ ।୨୨ ଜାନୁଆରୀ ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ, ୨୫ ଜାନୁଆରୀ ସୁଦ୍ଧା ନାମାଙ୍କନପତ୍ର ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ ।ମିଥ୍ୟା ସତ୍ୟପାଠ ଦେଲେ ପ୍ରାର୍ଥୀଙ୍କୁ ଦଣ୍ଡିତ କରିବାକୁ ପ୍ରାବଧାନ ରହିଛି।

ସେହି ୨୫ ଜାନୁଆରୀ ଚୁଡାନ୍ତ ତାଲିକା ପ୍ରକାଶ ପାଇବ । ସବୁ ପର୍ଯ୍ୟାୟର ନିର୍ବାଚନ ଶେଷ ହେବା ପରେ ବ୍ଲକସ୍ତରରେ ଭୋଟ ଗଣତି ହେବ ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ନିର୍ବାଚନ କମିଶନ ଆଦିତ୍ୟ ପ୍ରସାଦ ପାଢୀ ସୁଚନା ଦେଇଛନ୍ତି ।ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଚଳିତ ପଞ୍ଚାୟତ ନିର୍ବାଚନରେ କୋଭିଡ କଟକଣାକୁ କଡାକଡି ପାଳନ କରାଯିବ ବୋଲି ରାଜ୍ୟ ନିର୍ବାଚନ କମିଶନର କହିଛନ୍ତି । ବିଶେଷକରି ଚଳିତ ପଞ୍ଚାୟତ ନିର୍ବାଚନ ବିନା ରାଲି ଓ ବିନା ରୋଡ ସୋ’ରେ ହେବ । କରୋନା କାରଣରୁ କୌଣସି ରାଲିକୁ ଅନୁମତି ମିଳିବ ନାହିଁ । ସେହିଭଳି ରୋଡ ସୋ ଉପରେ ରୋକ ଲଗାଯାଇଥିବା ବେଳେ କେବଳ ୫ ଜଣଙ୍କୁ ଧରି ଘରକୁ ଘର ବୁଲି ପ୍ରଚାର କରିପାରିବେ ପ୍ରାର୍ଥୀ ।ଚଳିତ ପଞ୍ଚାୟତ ନିର୍ବାଚନରେ  ୯୧,୯୧୩ ୱାର୍ଡରେ ନିର୍ବାଚନ ହେବାକୁ ଥିବା ବେଳେ ୬୭୯୪ ପଞ୍ଚାୟତରେ ସରପଞ୍ଚ  ପଦ ପାଇଁ, ୬୭୯୩ ପଞ୍ଚାୟତ ସମିତି ପାଇଁ,  ୮୫୩ ଜିଲ୍ଲା ପରିଷଦ ଜୋନରେ ନିର୍ବାଚନ ହେବ । ଏହି ୮୫୩ ଜିଲ୍ଲା ପରିଷଦରୁ ୪୩୩ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି । ଚଳିତ ପଞ୍ଚାୟତ ନିର୍ବାଚନରେ ମୋଟ୍ ୨ କୋଟି ୭୯ ଲକ୍ଷ ଭୋଟର ମତଦାନ କରିବେ । କୋଭିଡ କାରଣରୁ ସକାଳ ୭ଟାରୁ ମଧ୍ୟାହ୍ନ ୧ଟା ଯାଏଁ ଭୋଟଗ୍ରହଣ କରାଯିବ ।

LEAVE A REPLY

Please enter your comment!
Please enter your name here