ସୋରୋ ବସ୍ ଦୁର୍ଘଟଣା ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା

0
585

ଭୁବନେଶ୍ୱର,୨୨/୦୧/୨୦୨୨:
ଆଜି ଅପରାହ୍ନ ରେ ବାଲେଶ୍ବର ର ସୋରୋ ଠାରେ ବସ୍ ଦୁର୍ଘଟଣାରେ ଛଅ ଜଣ ବ୍ଯକ୍ତି ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।ଏତଦବ୍ୟତୀତ ଏହି ଦୁର୍ଘଟଣା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ବ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସୋମାନଙ୍କ ର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ସୂଚନାଯୋଗ୍ୟ ଯେ ବସ ଟି ଉଦଳାରୁ ଭୁବନେଶ୍ୱର ଆସୁଥିବା ବେଳେ ସୋରୋ ଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା ।

LEAVE A REPLY

Please enter your comment!
Please enter your name here