ବୁଗୁଡା, ୨୪/୦୧/୨୦୨୨: ବୁଗୁଡା ବ୍ଲକ ଅନ୍ତର୍ଗତ ଝୋଲରୀ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ୟେକ ଏଲିମେଣ୍ଟାରୀ ସ୍କୁଲରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସେହି ନିର୍ଦ୍ଦେଶ କ୍ରମେ ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନ ଶିକ୍ଷୟିତ୍ରୀ ଟି.ସଂଯୁକ୍ତା କୁମାରୀ ପାତ୍ର, ସହକାରୀ ଶିକ୍ଷୟିତ୍ରୀ ରିତାଞ୍ଜଳୀ ବେହେରା ଓ ଏସଏମସି ସଭାନେତ୍ରୀ ଭାଗ୍ୟଲତା ସ୍ବାଇଁ ଯୋଗ ଦେଇଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ଓ ସହକାରୀ ଶିକ୍ଷୟିତ୍ରୀ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଇଥିଲେ।
ରିପୋର୍ଟ:ଅନିଲ କୁମାର ମହାରଣା