ବନ୍ଧସାହି ବିଦ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳନ ସହ ଲୋଗୋ ଉନ୍ମୋଚିତ

0
176

ବୁଗୁଡା, ୨୬/୦୧/୨୦୨୨: ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିତରା ବନ୍ଧସାହି ପ୍ରଥାମିକ ବିଦ୍ୟାଳୟରେ ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ ସହ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରୁନି ସାହୁ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଏସଏମସି ସଭାପତି ଦେବେନ୍ଦ୍ର କୁମାର ଜେନା ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଶିକ୍ଷାବିତ ତଥା ସାମ୍ବାଦିକ ଅନିଲ କୁମାର ମହାରଣା, ଓ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ହରେକୃଷ୍ଣ ପ୍ରଧାନ ଯୋଗଦେଇଥିଲେ। ସହକାରୀ ଶିକ୍ଷୟିତ୍ରୀ ସୁଚିଶ୍ମିତା ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି ଅବସରରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚିତ ହୋଇଥିଲା। ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ସାହୁ ଓ ସହକାରୀ ଶିକ୍ଷୟିତ୍ରୀ ସୁଶ୍ରୀ ପ୍ରଧାନ ସମଗ୍ର ଶିକ୍ଷା ର ଲକ୍ଷ ଓ ଆଭିମୁଖ୍ୟ ବିଷୟରେ ଆଲୋକପାତ କରିଥିଲେ।
ରିପୋର୍ଟ:ଅନିଲ କୁମାର ମହାରଣା

LEAVE A REPLY

Please enter your comment!
Please enter your name here