ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ହେଲେ ଶ୍ରୀମତୀ ଅଞ୍ଜଳି ସ୍ବାଇଁ

0
1951

ଛତ୍ରପୁର ,୧୩/୦୩/୨୦୨୨: ଆଜି ଅନୁଷ୍ଠିତ ହୋଇଥିବା ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷ ନିର୍ବାଚନରେ ଧରାକୋଟ ବ୍ଲକ୍ ୩୧ ନମ୍ବର ଜୋନର ବିଜୟୀ ଜିଲ୍ଲା ପରିଷଦସଭ୍ୟ ଶ୍ରୀମତୀ ଅଞ୍ଜାଜି ସ୍ବାଇଁ ନିର୍ବାଚିତ ହୋଇଛନ୍ତି । ଏହି ପଦବୀ ପାଇଁ ଆଜି ରାଜ୍ୟ ନିର୍ବାଚନ କମିଶନରଙ୍କ ଆଦେଶ ମୁତାବକ ଗଞ୍ଜାମ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ନବନିର୍ବାଚିତ ହୋଇଥିବା ଜିଲ୍ଲା ପରିଷଦ ସଭ୍ୟ ସଭ୍ୟାଙ୍କୁ ବିଧିବଦ୍ଧ ଭାବରେ ଶପଥପାଠ କରାଇଥିଲେ । ପରେପରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ନିମନ୍ତେ ନାମାଙ୍କନ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା । ଧରାକୋଟ ବ୍ଲକର ୩୧ନମ୍ବର ଜୋନ୍ ସଭ୍ୟା ଶ୍ରୀମତୀ ଅଞ୍ଜଳୀ ସ୍ବାଇଁ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଥିଲେ । ଅତିରିକ୍ତ ଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷାଙ୍କ ନାମ ସରକାରୀ ଭାବେ ଘୋଷଣା କରିଥିଲେ । ଆଜିର ଶପଥ ଗ୍ରହଣ ଉତ୍ସବ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବୀ ନିମନ୍ତେ ଅନୁଷ୍ଠିତ ନିର୍ବାଚନରେ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ଜ୍ୟୋତିଶଙ୍କର ରାୟ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଗୁରୁଭା ସିଂ ପ୍ରମୁଖ ଅନ୍ୟାନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here