ମାଣିକ୍ୟପୁର ପ୍ରାଥମିକ ବିଦ୍ୟାଳୟରେ ଲୋଗୋ ଉନ୍ମୋଚିତ

0
203

ବୁଗୁଡା, ୨୨/୦୩/୨୦୨୨ : ବୁଗୁଡା ବ୍ଲକ ଅନ୍ତର୍ଗତ ମାଣିକ୍ୟପୁର ସରକାର ପ୍ରାଥମିକ ବିଦ୍ୟାଳୟରେ ସମଗ୍ର ଶିକ୍ଷା ଲୋଗୋ ଉନ୍ମୋଚନ କାର୍ଯ୍ୟ ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ୟେକ ଏଲିମେଣ୍ଟାରୀ ବିଭାଗର ବିଦ୍ୟାଳୟ ଗୁଡିକରେ ସମଗ୍ର ଶିକ୍ଷାର ଲୋଗୋ ଅଙ୍କନ କରି ଉନ୍ମୋଚନ କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା। ସେହି ନିର୍ଦ୍ଦେଶ କ୍ରମେ ଲୋଗୋ ଉନ୍ମୋଚନ କାର୍ଯ୍ୟକ୍ରମରେ ମାଣିକ୍ୟପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନଗେନ୍ଦ୍ରନାଥ ଷଡ଼ଙ୍ଗୀ ଓ ସହକାରୀ ଶିକ୍ଷୟିତ୍ରୀ ମୀରାରାଣୀ ଦିହୁଡି ଯୋଗ ଦେଇଥିଲେ। ଏଥିସହ ଅଭିଭାବକ ତଥା ଗ୍ରାମବାସୀ ବୃନ୍ଦଙ୍କୁ ସର୍ବଶିକ୍ଷା ଅଭିଯାନର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଯାଇଥିଲା।
ରିପୋର୍ଟ:ଅନିଲ କୁମାର ମହାରଣା

LEAVE A REPLY

Please enter your comment!
Please enter your name here