କାଳବୈଶାଖୀ: ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

0
265

ଭୂବନେଶ୍ୱର,୧୭/୦୪/୨୦୨୨:
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅପରାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଜପତି, ମୟୂରଭଂଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ ଝଡ଼ବର୍ଷା ଜନିତ କାଳବୈଶାଖୀର ସମ୍ଭାବନା ରହିଛି।ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ୯ଟି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ଲୋକଙ୍କୁ ପାଣିପାଗ କେନ୍ଦ୍ର ପରାମର୍ଶ ପକ୍ଷରୁ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here