ଆସନ୍ତା ୨୫ ଓ ୨୬ରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା

0
335

ଭୂବନେଶ୍ୱର,୨୪/୦୫/୨୦୨୨:
ଆସନ୍ତା ୨୫ ଓ ୨୬ରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି।ଆସନ୍ତା କାଲି ସକାଳ ଯାଏଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଏବଂ ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରୀ କରାଯାଇଛି।ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାକୁ ଅରେଞ୍ଜ ୱାର୍ଣ୍ଣିଂ
୬ ଜିଲ୍ଲାରେ ୫୦ରୁ ୬୦ କିମି ବେଗରେ ପବନ ସହ ଘଡ଼ଘଡ଼ି ଓ ବର୍ଷା ସମ୍ଭାବନା ରହିଛି।୧୩ ଜିଲ୍ଲାରେ ୩୦ରୁ ୪୦ କିମି ବେଗରେ ପବନ ଓ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରୀ ହୋଇଛି।
ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଝାରସୁଗୁଡ଼ା ପାଇଁ ୟେଲୋ ଓ୍ବାର୍ଣ୍ଣିଂ
ବରଗଡ଼, ସମ୍ବଲପୁର, ପୁରୀ, ଅନୁଗୁଳ ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ହୋଇଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ଦେବଗଡ଼ ଓ ଗଞ୍ଜାମ ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରୀ କରାଯାଇଛି।

LEAVE A REPLY

Please enter your comment!
Please enter your name here